32.9 C
Balāngīr
Tuesday, July 15, 2025

ପାଇକପଡା ଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୦୨/୦୩) : ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ୍ ଅଧିନ ପାଇକପଡା ଗ୍ରାମଠାରେ ତିନିଦିନ ଧରି ଶ୍ରୀ ଜଗନ୍ନାଥ ଓ ମାତା ଲକ୍ଷ୍ମୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2025 02 02 at 19.31.55 ପାଇକପଡା ଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଏହି ପ୍ରତିଷ୍ଠା ଉତ୍ସବ ଗତ ଜାନୁୟାରୀ ୩୦ ତାରିଖ ପ୍ରତିପଦା ତିଥି ଗୁରୁବାର ଠାରୁ ଆରମ୍ଭ ହୋଇ ଆଜି ଶୁଭପଞ୍ଚମୀ ତିଥି ରବିବାରରେ ମାତା ଲକ୍ଷ୍ମୀଙ୍କ ମନ୍ଦିର ଓ ନୂତନ ବିଗ୍ରହ ସହ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ସମାପନ ହୋଇଯାଇଛି । ମନ୍ଦିର ପରିଚାଳନା କମିଟି ସହ ଗ୍ରାମବାସୀଙ୍କ ସହଯୋଗରେ ଏହି ତିନିଦିନିଆ ପ୍ରତିଷ୍ଠା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମ ଦିବସରେ ମଣ୍ଡଳ କରଣ ଓ ଅଙ୍କୁରାପଣ, ଦ୍ଵିତୀୟ ଦିବସରେ ଦୀକ୍ଷାଗ୍ରହଣ, ଜଳଯାତ୍ରା, ଜନଯାଗ, ଅଗ୍ନି ସ୍ଥାପନ ଓ ଧନ୍ୟାଧିବାସ କାର୍ଯକ୍ରମ ଅନୁଷ୍ଠିତ ହୋଇଥିବା ବେଳେ, ତୃତୀୟ ଦିବସରେ ସୂର୍ଯ୍ୟପୂଜା, ଅଧିବାସ, ରତ୍ନମୁଦ ମହାସ୍ନାନ ଓ ଗୟନି ବାସ ଓ ପ୍ରାଣ ପ୍ରତିଷ୍ଠା ପାଳନ କରାଯାଇଥିଲା ।WhatsApp Image 2025 02 02 at 19.31.56 ପାଇକପଡା ଠାରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

ଶେଷ ଦିବସରେ ସିଂହାସନ ସଂସ୍କାର, ଧ୍ଵଜା ଭ୍ରମଣ ପୂଜା କରିବା ପରେ ଆଜି ସନ୍ଧ୍ୟା ସମୟରେ ଦେବତା ପ୍ରବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରତିଷ୍ଠା କାର୍ଯ୍ୟକ୍ରମରେ ବିଭିନ୍ନ ଅଞ୍ଚଳରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ମାନେ ଯୋଗ ଦେଇଥିବା ବେଳେ, ଅଷ୍ଟପ୍ରହର ନାମ ସଙ୍କୀର୍ତ୍ତନ ଯଞ ଓ ହୋମ କାର୍ଯ୍ୟକ୍ରମ ଗୁଡ଼ିକ ହୋଇଥିଲା। ତିନିଦିନ ବ୍ୟାପି ଉକ୍ତ ଅଞ୍ଚଳ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଉପସ୍ଥିତ ଶ୍ରଦ୍ଧାଳୁ ମାନଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରା ଯାଇଥିଲା।

- Advertisement -spot_img

More articles

- Advertisement -spot_img

Latest article

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...