32.9 C
Balāngīr
Sunday, April 20, 2025

ପାଟୁଆ ଯାତ୍ରା ବେଳେ ଅଘଟଣ: ଡିଜେ ବାଜୁଥିବା ସମୟରେ ୧୧ କେଭି ତାର ଲାଗି ଦୁଇ ମୃତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଭଦ୍ରକ, (୧୫/୦୪) : ଆପ୍ର. : ପାଟୁଆ ଯାତ୍ରା ବେଳେ ଅଘଟଣ । ଡିଜେ ବାଜୁଥିବା ସମୟରେ ଏକ ଡିଜେ ଗାଡ଼ି ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିବା ଫଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି ।

ଭଦ୍ରକ ଜିଲ୍ଲା ନୂଆନନ୍ଦ ପଂଚାୟତ ହାଟୁଆରୀ ଅଞ୍ଚଳରେ ଅଘଟଣ ଘଟିଛି । ମୃତକ ହେଲେ ଆରସାଗାଁର ଶରତ ମହାଳିକ ଓ ହାଟୁଆରୀ ଗାଁର ମୁନା ମଲ୍ଲିକ। ଆହତଙ୍କ ମଧ୍ୟରେ ୩ଜଣ ଶିଶୁ ଅଛନ୍ତି । ଡିଜେ ଗାଡିଟି ବହୁ ଉଚ୍ଚ ଥିବାରୁ ୧୧ କେଭି ତାର ଲାଗିଯାଇଥିବା କହିଛନ୍ତି ଭଦ୍ରକ ଏସପି । ୨ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ସୂଚନା ଅନୁଯାୟୀ, ରବିବାର ରାତିରେ ନୂଆନନ୍ଦ ଗାଁରେ ଚାଲିଥିବା ପାଟୁଆ ଯାତ୍ରା ସମୟରେ ଏହି ଅଘଟଣ ଘଟିଛି । ଡିଜେ ଗାଡ଼ିରୁ ବିଦ୍ୟୁତ୍ ସଂସ୍ପର୍ଶ ହେବା କାରଣରୁ ଘଟଣାସ୍ଥଳରେ ହିଁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଆହତମାନଙ୍କୁ ତୁରନ୍ତ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି, ସେଠାରେ ସେମାନଙ୍କର ଚିକିତ୍ସା ଚାଲିଛି। ସ୍ଥାନୀୟ ପୋଲିସ ଏବଂ ବିଦ୍ୟୁତ୍ ବିଭାଗର ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ । ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଡିଜେ ଗାଡ଼ିର ଉଚ୍ଚତା ଯୋଗୁଁ ଏହା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲା ।

ଏହି ଘଟଣା ଗାଁରେ ଶୋକର ଛାୟା ଖେଳାଇ ଦେଇଛି । ସ୍ଥାନୀୟ ଲୋକେ ଏଭଳି ଅଘଟଣ ରୋକିବା ପାଇଁ ଅଧିକ ସତର୍କତା ଓ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରିବାକୁ ଦାବି କରିଛନ୍ତି । ପୋଲିସ ଏହି ଘଟଣାର ଅଧିକ ତଦନ୍ତ କରୁଛି ଏବଂ ମୃତଦେହକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଥିବା ଜଣାପଡିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...