32.9 C
Balāngīr
Sunday, July 20, 2025

ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀ ଜୀଉଙ୍କ ଘୋଷ ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ସୁବର୍ଣ୍ଣପୁର (୨୧/୦୬) ଆ.ପ୍ର: ପାତାଳି ଶ୍ରୀକ୍ଷେତ୍ରଠାରେ ଶ୍ରୀଜୀଉଙ୍କ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ପାଳନ କରିବା ନିମନ୍ତେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀଙ୍କ ଆବାହକତ୍ୱରେ ଏକ ପ୍ରସ୍ତୁତି ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଠାରେ ଅନୁଷ୍ଠିତ ହୋଇଯାଇଛି l

ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ବୈଠକରେ ସମସ୍ତଙ୍କୁ ଚଳିତ ବର୍ଷ ରଥଯାତ୍ରାକୁ ଯେପରି ସରସ ସୁନ୍ଦର ତଥା ବ୍ୟବସ୍ଥିତ ଭାବରେ ଅନୁଷ୍ଠିତ କରାଯାଇପାରିବ ସେଥିପାଇଁ ଉପସ୍ଥିତ ସମସ୍ତ ଟ୍ରଷ୍ଟ କମିଟି ସଦସ୍ୟ, ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ , ବୁଦ୍ଧିଜୀବୀ ଙ୍କ ମତାମତ ନେଇଥିଲେ। ବୈଠକରେ ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ଅଧ୍ୟକ୍ଷତା କରି ଘୋଷଯାତ୍ରାକୁ ସୁଚାରୁ ସମ୍ପାଦନ ପାଇଁ ସମସ୍ତଙ୍କ ସମନ୍ୱୟ ଓ ଭାଗିଦାରୀ ଉପରେ ଗୁରୁତ୍ୱାରୋପ କରିଥିଲେ। ଜନ ଗହଳିକୁ ଦୃଷ୍ଟିରେ ରଖି ଯାତ୍ରା ସମୟରେ ପିଇବା ପାଣି ର ବିଶୋଧନ ତଥା ଖାଦ୍ୟ ପଦାର୍ଥର ମାନ ପରୀକ୍ଷା ଉପରେ ଆବଶ୍ୟକ ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ଐତିହାସିକ ତଥା ପୌରାଣିକ ପୃଷ୍ଠଭୂମି ସହ ଜଡିତ ପବିତ୍ର ପାବନ ପାତାଳୀ ଶ୍ରୀକ୍ଷେତ୍ର କୋଟସମଲାଇ ଠାରେ ଘୋଷଯାତ୍ରା ଅବସରରେ. ଚଳିତ ମାସ ୨୬ ତାରିଖରେ ନବଯୌବନ ଦର୍ଶନ, ୨୭ ତାରିଖରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଅନୁଷ୍ଠିତ ହେବ l097083fc a369 477b 95cd 19f4f9725b48 ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀ ଜୀଉଙ୍କ ଘୋଷ ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ

ଏହି ପରିପ୍ରେକ୍ଷୀରେ ଭୋର ୫ ଘଟିକାରେ ଦ୍ୱାରଫିଟା , ସକାଳ ୮ ଘଟିକାରେ ଠାକୁରଙ୍କ ମଙ୍ଗଳ ଆଳତୀ ଓ ବେଶ ଲାଗି, ସକାଳ ୯ ଘଟିକାରେ ଖେଚୁଡ଼ି ଭୋଗ ଓ ପୁଜା ନୀତି, ପୂର୍ବାହ୍ନ ୧୦ ଘଟିକାରେ ପହଣ୍ଡି ଆରମ୍ଭ ହୋଇ ଅପରାହ୍ନ ୧ ଘଟିକାରେ ଛେରା ପହରା ଏବଂ ଅପରାହ୍ନ ୨ ଘଟିକା ସମୟରେ ରଥ ଟଣା ହେବ। ଆସନ୍ତା ଜୁନ୍ ୨୯ ଠାରୁ ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦଶାବତାର ଦର୍ଶନ , ଜୁଲାଇ ୧ ତାରିଖ ରେ ହେରାପଞ୍ଚମୀ , ଜୁଲାଇ ୫ ତାରିଖରେ ବାହୁଡାଯାତ୍ରା ଅନୁଷ୍ଠିତ ହେବ। ସେହିପରି ଜୁଲାଇ ୭ ତାରିଖରେ ଅଧରପଣା ଓ ୮ତାରିରେ ତିନି ଠାକୁରଙ୍କ ନୀଳାଦ୍ରି ବିଜେ ନୀତି ଅନୁଷ୍ଠିତ ହେବ। ଚଳିତ ବର୍ଷ ଜନସମାଗମକୁ ଦୃଷ୍ଟିରେ ରଖି ଜୀଉଙ୍କ ଘୋଷଯାତ୍ରାର ବିଭିନ୍ନ କାର୍ଯ୍ୟକ୍ରମକୁ ଶାନ୍ତି ଶୃଙ୍ଖଳା ତଥା ସମସ୍ତଙ୍କ ସହଯୋଗରେ ପାଳନ କରିବା ଉପରେ ବିଶେଷ ଆଲୋଚନା ପର୍ଯ୍ୟାଲୋଚନା କରାଯାଇଥିଲା l ଏହି ପରିପ୍ରେକ୍ଷୀରେ ଶ୍ରୀଜୀଉଙ୍କ ରଥର ସ୍ଥିତି ଉପରେ ଆଲୋଚନା ହୋଇଥିବା ବେଳେ ରଥଯାତ୍ରାଠାରୁ ବାହୁଡା଼ ଯାତ୍ରା ତଥା ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ଠାକୁରଙ୍କ ବିଭିନ୍ନ ନୀତିକାନ୍ତି ସହ ସମୟ ନିର୍ଘଣ୍ଟ ଉପରେ ବୈଠକରେ ଆଲୋଚନା କରାଯାଇଥିଲା l

ସମୟ ପୂର୍ବରୁ ସମସ୍ତ ରଥର ପ୍ରସ୍ତୁତିକୁ ନିଶ୍ଚିତ କରାଯିବ ଉପରେ ନିଷ୍ପତି ଗ୍ରହଣ କରାଗଲା l ରଥଯାତ୍ରା ଦିନ ସହ ଅନ୍ୟାନ୍ୟ ଦିନଗୁଡ଼ିକରେ ଜନ ସମାଗମକୁ ଦୃଷ୍ଟିରେ ରଖି ଆବଶ୍ୟକ ଗାଡି ପାର୍କିଙ୍ଗ ପାଇଁ ସ୍ଥାନ ନିରୂପଣ, ଜରୁରୀ ସ୍ୱାସ୍ଥ୍ୟ ସେବା ନିମନ୍ତେ ଅସ୍ଥାୟୀ ସ୍ୱାସ୍ଥ୍ୟ ସେବାକେନ୍ଦ୍ର ସହ ଅମୁଲେନ୍ସର ବ୍ୟବସ୍ଥା, ଅଗ୍ନିସମ ସେବା ଉପଲବ୍ଧ, ପାନୀୟ ଜଳ ବ୍ୟବସ୍ଥା ସହ ଆଇନ ଶୃଙ୍ଖଳାକୁ ସୁନିଶ୍ଚିତ କରିବାକୁ ଅଧ୍ୟକ୍ଷ ସମ୍ପୃକ୍ତ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଟ୍ରାଫିକ ସମସ୍ୟା ଦିଗରେ ବିଶେଷ ଯତ୍ନବାନ ହେବାକୁ ପୁଲିସ ବିଭାଗକୁ ବୈଠକରେ ଅନୁରୋଧ କରାଯାଇଛି l ଜନସାଧାରଣ ତଥା ଭକ୍ତ, ଶ୍ରଦ୍ଧାଳୁଙ୍କ ସୁବିଧା ଓ ଅବାଧ ଚଳପ୍ରଚଳ ନିମନ୍ତେ ବିଶେଷ ବ୍ୟବସ୍ଥା ସ୍ୱରୂପ ମୁଖ୍ୟ ପ୍ରବେଶ ଦ୍ୱାରରୁ ସମସ୍ତ ଯାନ ବାହନ ନିୟନ୍ତ୍ରଣ କରାଯିବ l ଯାତ୍ରୀଙ୍କ ସୁବିଧା ଦୃଷ୍ଟିରୁ ସମସ୍ତ ଚାରି ଚକିଆ ଯାନ ଡାକ୍ତରଖାନା ପାଖ ଖେଳ ପଡିଆରେ ରହିବ l ସେହିପରି ଦୁଇ ଚକିଆ ଯାନ ଉଲୁଣ୍ଡା ରାସ୍ତା ବାଏ ପାସ୍ ଦେଇ ନିର୍ଦ୍ଧାରିତ ପାର୍କିଙ୍ଗ ସ୍ଥାନରେ ରହିବ l ପୁନଶ୍ଚ ରାସ୍ତା ସହ ଯାତ୍ରା ପଡିଆ, ମନ୍ଦିର ସଂଲଗ୍ନ ଅଞ୍ଚଳରେ ପରିମଳ ବ୍ୟବସ୍ଥାକୁ ନିଶ୍ଚିତ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l ରଥଯାତ୍ରା ଦିନ ଠାରୁ ବାହୁଡା଼ ଦିନ ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦଶ ଅବତାର ବେଶ ଲାଗି ଅନୁଷ୍ଠିତ ହେବ l ରଥଯାତ୍ରା ନିମନ୍ତେ ବିଶେଷ ନିୟୋଗୀ ବୃନ୍ଦ ନିଜ ନିଜର ଦାୟିତ୍ୱକୁ ସୁସମ୍ପାଦନ କରିବାକୁ ବୈଠକରେ ଅନୁରୋଧ କରାଯାଇଛି l ରଥଯାତ୍ରା ପୂର୍ବରୁ ମନ୍ଦିର ଗୁଡିକରେ ଆବଶ୍ୟକ ରଙ୍ଗ ଲଗାଇବା ସହ ମରାମତି ପ୍ରଭୁତି କାର୍ଯ୍ୟକୁ ନିଶ୍ଚିତ କରିବା ଉପରେ ଆଲୋଚନା ହୋଇଥିଲା l ରଥଯାତ୍ରା ଓ ବାହୁଡା଼ ଦିନ ସହିତ ଅନ୍ୟାନ୍ୟ ନୀତିକାନ୍ତି ଦିନଗୁଡ଼ିକରେ ଶାନ୍ତି ଶୃଙ୍ଖଳା, ଆଲୋକୀକରଣ, ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଶ୍ରୀ ଜିଉଁଙ୍କ ନୀତିକାନ୍ତିକୁ ଵିଧି ମୁତାବକ ସମ୍ପାଦନ କରିବା ଉପରେ ବିଭିନ୍ନ ସମ୍ପୃକ୍ତ ଅଧିକାରୀ, ସେବାୟତ ମୁଖ୍ୟ, ପୂଜକ, ତଥା କମିଟି ସଦସ୍ୟ ସଦସ୍ୟା ପ୍ରଭୁତି ନିଜ ନିଜର ଦାୟିତ୍ୱକୁ ସୁସମ୍ପାଦନ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି l322f2530 2c17 4fd4 95fc c5fcf30c00e0 ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀ ଜୀଉଙ୍କ ଘୋଷ ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହ ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ

ଏହି ବୈଠକରେ ବୀରମହାରାଜପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ , ସ୍ୱାସ୍ଥ୍ୟ ଅଧିକାରୀ , ଉଲୁଣ୍ଡା ସିଏଚସି ,ଏ ସି ଏଫ , ଉଲୁଣ୍ଡା ଥାନା ଅଧିକାରୀ , ଫାୟାର ଷ୍ଟେସନ, ତହସିଲଦାର, ବି ଡି ଓ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ଜିଲ୍ଲା ସଂସ୍କୃତି ବିଭାଗ, ପାତାଳି ଟ୍ରଷ୍ଟ ସମ୍ପାଦକ ଉତ୍ତର କୁମାର ପାତ୍ର, ଟ୍ରଷ୍ଟି ସଦସ୍ୟ ପୂର୍ଣଚନ୍ଦ୍ର ପାଢ଼ୀ, ଜଗଦୀଶ କର୍ଣ୍ଣ,ଦିଲ୍ଲୀପ ପାତ୍ର ସହ ଅନ୍ୟାନ୍ୟ ଟ୍ରଷ୍ଟ ସଦସ୍ୟ ଓ ରଥଯାତ୍ରା କମିଟିର ସଦସ୍ୟ ସଦସ୍ୟା, ଛତିଶ ନିୟୋଗ ସେବାୟତ ମୁଖ୍ୟ, ପୂଜକ ସମାଜ, ବୁଦ୍ଧିଜୀବୀ,ତଥା ସମ୍ପୃକ୍ତ ବିଭିନ୍ନ ଅଧିକାରୀ, ଅନୁଷ୍ଠାନର କର୍ମକର୍ତ୍ତା ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ l ଉପଜିଲ୍ଲାପାଳ ତଥା ଦେବୋତ୍ତର ଅଧିକାରୀ ବୀରମହାରାଜପୁର ସୁରେନ୍ଦ୍ର ମେହେର ସମସ୍ତଙ୍କ ସହଯୋଗ କାମନା କରିବାସହ ଧନ୍ୟବାଦ ଅର୍ପଣ କରିଥିଲେ। ଟ୍ରଷ୍ଟି ସଦସ୍ୟ ଶ୍ରୀ ପାଢ଼ୀ ବୈଠକରେ ଯାତ୍ରା ସମ୍ପର୍କିତ ବିଭିନ୍ନ ତଥ୍ୟ ପ୍ରଦାନ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...