32.9 C
Balāngīr
Saturday, April 26, 2025

ପାନୀୟ ଜଳ ଯୋଗାଣ ଅବ୍ୟବସ୍ଥା ଓ ହରିଲୁଟ ନେଇ କଂଗ୍ରେସ ଦଳ ତରଫରୁ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ

Must read

ବଲାଙ୍ଗୀର/ଟିଟିଲାଗଡ, (୨୪/୦୩) ଆ.ପ୍ର. : ତତଲାଗଡ ରୂପେ ଚିର ପରିଚିତ ଟିଟିଲାଗଡ ଉପଖଣ୍ଡ ରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ର ସ୍ଥାୟୀ ପ୍ରତିକାର ହୋଇ ପାରୁ ନ ଥିବା,ଲୋକେ ପିଇବା ପାଣି ପାଇଁ ଡହଳ, ବିକଳ ହୋଇ ଆସିବା ନେଇ ତଥା ବାରମ୍ବାର ଅଭିଯୋଗ କରି ନିରାଶ ହୋଇ ଟିଟିଲାଗଡ ବ୍ଲକ ତଥା ଦୂର, ଦୁରାନ୍ତ ର ଗ୍ରାମବାସୀ ଟିଟିଲାଗଡ ଉପ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।

ପ୍ରକାଶ ଯେ, ଟିଟିଲାଗଡ ସହର ସହ ଆଖ, ପାଖ ଗ୍ରାମାଞ୍ଚଳ ର ଲୋକ ଙ୍କୁ ୧୦/୧୫ ଦିନ ରେ ଥରେ ଦୂଷିତ ପାଣି ଯୋଗାଣ ସହ ବସୁଧା ତଥା ଅନ୍ୟ ସମସ୍ତ ଯୋଜନା ନାମକୁ ମାତ୍ର ଥିବା ଅଭିଯୋଗ କରିଛନ୍ତି । କେବଳ କାଗଜ କଲମରେ ସମସ୍ତ ଯୋଜନା ଆଳ ରେ ଲକ୍ଷ, ଲକ୍ଷ ଟଙ୍କା ହଡ଼ପ କରି ଆସୁଥିବା ସହ ଶାସକ ଦଳ ଓ ଅଧିକାରୀ ନୀରବ ଦ୍ରଷ୍ଟା ସାଜିଥିବା ଟିଟିଲାଗଡ କଂଗ୍ରେସ ଦଳ ତରଫରୁ ବିରେନ୍ଦ୍ର ବାଗ ଙ୍କ ନେତୃତ୍ୱ ରେ ଦିର୍ଘ୍ ସମୟ ଧରି ଧାରଣା ରେ ବସିବା ସହ ବିରୋଧ ପ୍ରଦର୍ଶନ କରିଥିଲେ । ଅନେକ ସଂଖ୍ୟା ରେ ଗ୍ରାମବାସୀ ଧାରଣା ରେ ବସିଥିବା ବେଳେ ଟିଟିଲାଗଡ ଉପ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ନେଇ ଅନୁପସ୍ଥିତ ଥିବା ବେଳେ ଦିର୍ଘ୍ ସମୟ ପରେ ଟିଟିଲାଗଡ ଉପଖଣ୍ଡ ପଞ୍ଚାୟତ ଅଧିକାରୀ ଆସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ନିର୍ଭର ଯୋଗ୍ୟ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇ ଥିଲା । ଆଗକୁ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟି ରେ ରଖି ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଦାବି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...