32.9 C
Balāngīr
Wednesday, April 23, 2025

ପାନୀୟ ଜଳ ସମସ୍ୟା, ଗରା ମାଠିଆ ଧରି ବିକ୍ଷୋଭ ପ୍ରଦର୍ଶନ କଲେ ଗ୍ରାମବାସୀ

Must read

ଗଞ୍ଜାମ, (୧୮/୦୩) : ଆ.ପ୍ର. : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଇରସି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବଡ଼ ଚକଡା ଗ୍ରାମରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ହେଲା ଲାଗି ରହିଛି ।

ଏହି ସମସ୍ୟା ସମାଧାନ ଦିଗରେ ରାଜ ନେତା ଠାରୁ ପ୍ରଶାସନିକ ଅଧିକାରୀଙ୍କ କାହାର ବି ଦୃଷ୍ଟି ପଡୁନାହିଁ । ଫଳରେ ଲୋକଙ୍କୁ ଘୋର ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁଁ ଲୋକଙ୍କ ସମସ୍ୟା ଦିଗୁଣିତ ହୋଇଛି । ଯାହାକୁନେଇ ଗ୍ରାମବାସୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି । ଏନେଇ ଗ୍ରାମର ୩୦ ରୁ ୪୦ ଜଣ ମହିଳା ଓ ପୁରୁଷ ଗଡ଼ ହୁମ୍ମା ସ୍ଥିତ ଗ୍ରାମ୍ୟ ଜଳ ଯୋଗାଣ ସହକାରୀ ଯନ୍ତ୍ରୀ ଓ ପଞ୍ଚାୟତ କାର୍ଯ୍ୟାଳୟ ସମୁଖରେ ଖାଲି ମାଠିଆ ଧରି ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରତିବାଦ କରିଥିଲେ । ବିଭାଗୀୟ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି । ଏହାର ତୁରନ୍ତ ସମାଧାନ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି । ଏଥିପ୍ରତି ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହେଉଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...