32.9 C
Balāngīr
Sunday, April 20, 2025

ପିକଅପ୍‌ ଭ୍ୟାନରେ ଚାଲାଣ ହେଉଥିଲା ଗୋରୁ; ମାଡ଼ି ବସିଲା ପୁଲିସ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭଦ୍ରକ, (୧୯/୧୨) : ପିକଅପ୍‌ ଭ୍ୟାନରେ ଲଦାଲଦି ହୋଇ ଚାଲାଣ ହେଉଥିଲା ଗୋରୁ। ଅଧାବାଟରେ ମାଡ଼ି ବସିଲା ପୁଲିସ। ଭଦ୍ରକ ଜିଲ୍ଲା ସନ୍ଥିଆ ନିକଟରୁ ୧୭ଟି ଗୋରୁ ଉଦ୍ଧାର କରିଛି ପୁଲିସ

ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ଜଣାଯାଇଛି । ଵନ୍ତରୁ ଏକ ପିକଅପ ଭ୍ୟାନ ଗୋରୁ ଚାଲାଣ ହେଉଥିବା ପୁଲିସ କୌଣସି ସୁତ୍ରରୁ ଖବର ପାଇଥିଲା । ଭଦ୍ରକ ଜିଲ୍ଲା ପୁରୁଣା ଵଜାର ପୁଲିସ ସନ୍ଥିଆ ନିକଟରେ ପିକଅପ ଭ୍ୟାନଟିକୁ ଅଟକାଇଥିଲା। ଗାଡ଼ି ଯାଞ୍ଚ ବେଳେ ଗାଡ଼ିରୁ ୧୭ଟି ଗୋରୁ ଉଦ୍ଧାର କରିଥିଲା । ଏହି ଘଟଣାରେ ପୁଲିସ ୨ ଜଣଙ୍କୁ ଗିରଫ କରିଛି । ଏଥିସହ ଗାଡ଼ିକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ଗୋରୁ ମାନଙ୍କୁ ଅତି ଦୟନୀୟ ଅବସ୍ଥାରେ ଏକ ପିକ୍ ଭ୍ୟାନରେ ଚାଲାଣ କରାଯାଉଥିବାରୁ ସେମାନଙ୍କ ଅବସ୍ଥା ଗୁରୁତର ରହିଛି । ପଶୁ ଡାକ୍ତର ଡକାଯାଇ ଗୋରୁ ମାନଙ୍କର ଚିକିତ୍ସା କରାଯାଇଛି । ଚିକିତ୍ସା ପରେ ଉଦ୍ଧାର ହୋଇଥିବା ଗୋରୁଙ୍କୁ ଗୋଶାଳାରେ ଛଡାଯିବ ବୋଲି ସୂଚନା ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...