32.9 C
Balāngīr
Monday, April 28, 2025

ପିଲାଙ୍କ ପ୍ରଥମଶ୍ରେଣୀରେ ନାମଲେଖା ପାଇଁ ବୟସ ଧାର୍ଯ୍ୟ କଲେ ସରକାର

Must read

ଭୁବନେଶ୍ୱର, (୧୯/୦୩) : ଆ.ପ୍ର. : ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କାର୍ଯ୍ୟକାରୀ ନେଇ ନିଷ୍ପତ୍ତି ହୋଇଛି ।

ଯାହାପରେ ଓଡ଼ିଶା ସରକାର ପ୍ରଥମ ଶ୍ରେଣୀରେ ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ନୂଆ ବୟସ ସୀମା ସ୍ଥିର କରିଛନ୍ତି । ନୂଆ ବୟସ ମାନଦଣ୍ଡ ଅନୁଯାୟୀ,ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ପାଇଁ ଜଣେ ପିଲାକୁ ୬ ବର୍ଷ କିମ୍ବା ତା’ଠାରୁ ଅଧିକ ହେବା ଜରୁରୀ । ଛାତ୍ରଛାତ୍ରୀଙ୍କ ଉତ୍କୃଷ୍ଟ ଶୈକ୍ଷିକ ବିକାଶ ପାଇଁ ଜାତୀୟ ଶିକ୍ଷା ନୀତି ୨୦୨୦ରେ ପ୍ରଥମ ଶ୍ରେଣୀରେ ନାମ ଲେଖାଇବା ନେଇ ଏହି ନିଷ୍ପତ୍ତି ନିଆଯାଇଛି ।

ଛାତ୍ରଛାତ୍ରୀଙ୍କର ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ବିଭିନ୍ନ ଶିକ୍ଷାବିତ ଓ ବିଶେଷଜ୍ଞଙ୍କ ମତାମତ ନେଇ ପିଲାଙ୍କ ନାମଲେଖା ବୟସସୀମାକୁ ୬ ବର୍ଷରୁ ଅଧିକ ରଖାଯାଇଛି । ସେପ୍ଟେମ୍ବର ମାସ ୧ ତାରିଖ ସୁଦ୍ଧା ପିଲାକୁ ୬ ବର୍ଷ ହୋଇଥିଲେ ସେ ପ୍ରଥମ ଶ୍ରେଣୀରେ ନାମ ଲେଖାଇପାରିବେ । ରାଜ୍ୟରେ ଜାତୀୟ ଶିକ୍ଷା ନୀତି-୨୦୨୦କୁ ୨୦୨୫ -୨୬ ଶିକ୍ଷାବର୍ଷଠାରୁ ପ୍ରଚଳନ ପାଇଁ ନିଷ୍ପତ୍ତି ନିଆଯାଇଛି । ଛଅ ବର୍ଷ ବୟସ ପୂରଣ କରିବାର ଶେଷ ତାରିଖ ମାର୍ଚ୍ଚ ୩୧ ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ବୋଲି ସ୍କୁଲ ଏବଂ ଗଣଶିକ୍ଷା ବିଭାଗ କହିଛି।

 

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...