32.9 C
Balāngīr
Friday, April 25, 2025

ପୁଣି ଧକ୍କା ହେଲା ମୋ ବସ୍ : ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୬/୦୧) : ପୁଣି ଧକ୍କା ହେଲା ମୋ ବସ୍। ବାଲି ବୋଝେଇ ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ‘ମୋ ବସ୍’ । ପରେ ପରେ ‘ମୋ ବସ୍‌’ ପଛରେ ଆସୁଥିବା ଯାତ୍ରୀବାହୀ ଓ୍ବିଙ୍ଗର ଗାଡି ମଧ୍ୟ ଦୁର୍ଘଟଣାଗ୍ରସ୍ତ ହୋଇଛି ।

ଏହି ସିରିଜ ଦୁର୍ଘଟଣାରେ ପ୍ରାୟ ୩୦ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସୂଚନା ଅନୁଯାୟୀ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥରେ ଚନ୍ଦନପୁର ନିକଟ ସମଯାଜପୁର ଓଭରବ୍ରିଜ୍ ଉପରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ମୋ ବସ୍‌ରେ ଥିବା କିଛି ଯାତ୍ରୀ ଗୁରୁତର ହୋଇଛନ୍ତି । ଆହତ ଯାତ୍ରୀଙ୍କୁ ଉଦ୍ଧାର କରି ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।‌ ୩ ଜଣଙ୍କ ଅବସ୍ଥା ଗୁରୁତର ହୋଇଥିବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ସୂଚନା ରହିଛି। ଏହି ସିରିଜ୍ ଦୁର୍ଘଟଣା ଯୋଗୁଁ ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥରେ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...