ପୁରୀ, (୦୬/୦୫) : ଆପ୍ର. : ପୁରୀ ବିମାନବନ୍ଦରକୁ ମଞ୍ଜୁରୀ । ପୁରୀରେ ନୂଆ ବିମାନବନ୍ଦର ନିର୍ମାଣକୁ କେନ୍ଦ୍ର ସରକାରଙ୍କ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ପକ୍ଷରୁ ମଞ୍ଜୁରୀ ଦିଆଯାଇଛି । ବିମାନବନ୍ଦର ଦ୍ବାରା ପ୍ରମୁଖ ମହାନଗର ମଧ୍ୟରେ ସିଧାସଳଖ ଯୋଗାଯୋଗ ସମ୍ଭବ ହେବ। ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶକୁ ପ୍ରୋତ୍ସାହନ କରିବ । ଭାରତର ଅନ୍ୟତମ ପବିତ୍ର ତୀର୍ଥସ୍ଥଳ ତଥା ମହାପ୍ରୁଭୁ ଶ୍ରୀଜଗନ୍ନାଥଙ୍କ ଧାମ ପୁରୀ ଏକ ବିଶ୍ବପ୍ରସିଦ୍ଧ ଧାର୍ମିକ ପର୍ଯ୍ୟଟନ କ୍ଷେତ୍ର ରୂପେ ଦେଶ ତଥା ଦୁନିଆର ଲକ୍ଷ ଲକ୍ଷ ଭକ୍ତ ଏବଂ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ ।
ପୁରୀଠାରେ ଏକ ବିମାନ ବନ୍ଦର ପ୍ରତିଷ୍ଠା କରିବାର ନିଷ୍ପତ୍ତି ଏହି ଅଞ୍ଚଳରେ ଧାର୍ମିକ ପର୍ଯ୍ୟଟନ, ଆଞ୍ଚଳିକ ବିକାଶ ଏବଂ ସାମଗ୍ରିକ ଯୋଗାଯୋଗକୁ ଗୁରୁତ୍ବପୂର୍ଣ୍ଣ ପ୍ରୋତ୍ସାହନ ପ୍ରଦାନ କରିବ । ଏହି ବିମାନ ବନ୍ଦର ପୁରୀ ଏବଂ ଭାରତର ପ୍ରମୁଖ ମହାନଗରଗୁଡ଼ିକ ମଧ୍ୟରେ ସିଧାସଳଖ ବିମାନ ଯୋଗାଯୋଗକୁ ବୃଦ୍ଧି କାରିବାରେ ସହାୟକ ହେବ ।