32.9 C
Balāngīr
Friday, June 13, 2025

ପୁଲିସ ଜାଲରେ ମୋବାଇଲ ଲୁଟେରା ଗ୍ୟାଙ୍ଗ; ୭ ଗିରଫ, ୮୩ ମୋବାଇଲ ଜବତ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସୁନ୍ଦରଗଡ଼, (୨୭/୦୮) : ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ପୁଲିସ ଜାଲରେ ମୋବାଇଲ ଲୁଟେରା ଗ୍ୟାଙ୍ଗ । ୮୩ଟି ମୋବାଇଲ ଜବତ କରିବା ସହିତ ୭ ଜଣ ଲୁଟେରାଙ୍କୁ ଗିରଫ କରିଛି ପୁଲିସ ।

ଏହି ଲୁଟେରାମାନେ ହାଟ ବଜାର, ସହିତ ଘର ଭିତରେ ପଶି ଅତି ସହଜରେ ମୋବାଇଲ ଚୋରି କରି ଫେରାର ହୋଇଯାଉଥିଲେ। କିନ୍ତୁ ପୁଲିସ ଏମାନଙ୍କର କିଛି ଟେର ପାଉନଥିଲା । ତେବେ କିଛି ଦିନ ପୂର୍ବେ ୧୪ ଜଣ ଲୋକ ନିଜ ମୋବାଇଲ ହଜିଥିବା ନେଇ ଥାନାରେ ଅଭିଯୋଗ କରିଥିଲେ । ପୁଲିସ ୬ ଟି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ରାଜଗାଙ୍ଗପୁର ପୁଲିସ ହାତରେ ୪ ନାବାଳକ ସହିତ ସମୁଦାୟ ୭ ଜଣଙ୍କୁ ଗିରଫ କରି ସେମାନଙ୍କ ଠାରୁ ୮୩ ଟି ମୋବାଇଲ, ରୁପା ପାଉଁଜି, ସ୍ମାର୍ଟ ହାତ ଘଣ୍ଟା ସହ ନଗଦ ୭ ହଜାର ଟଙ୍କା ଜବତ କରିଛି । ତେବେ ଏହାର ମାଷ୍ଟର ମାଇଣ୍ଡ ସହିତ ଆଉ କେଉଁ ମାନେ ସମ୍ପୃକ୍ତ ସେ ନେଇ ପୁଲିସ ଛାନଭିନ ଆରମ୍ଭ କରିଛି ।

 

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...