32.9 C
Balāngīr
Monday, April 28, 2025

ପୂର୍ବତନ କନ୍ଧମାଳ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ପରଲୋକ

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୧୯/୨) : ଫୁଲବାଣୀର ପୂର୍ବତନ ସାଂସଦ ମୃତ୍ୟୁଞ୍ଜୟ ନାୟକଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା ।

ସେ ଗତ କିଛି ଦିନ ଧରି ଅସୁସ୍ଥ ହୋଇ ବ୍ରହ୍ମପୁର ଠାରେ ଚିକିତ୍ସିତ ହେଉଥିଲେ। ପରେ ଅବସ୍ଥା ଗୁରୁତର ହେବାରୁ ଦୁଇ ଦିନ ତଳେ ତାଙ୍କୁ ଭୂବନେଶ୍ୱର ଏମସରେ ଭର୍ତ୍ତି କରାଯାଇଥିଲା। ଆଜି ସନ୍ଧ୍ୟାରେ ସେ ପ୍ରାଣତ୍ୟାଗ କରିଛନ୍ତି। ସ୍ବର୍ଗତ ନାୟକ କଂଗ୍ରେସ ଦଳର ବରିଷ୍ଠ ନେତା ଥିଲେ। ସେ ୧୯୮୦,୧୯୯୧ ଓ ୧୯୯୬ରେ କଂଗ୍ରେସ ଦଳ ଟିକଟରେ ଫୁଲବାଣୀ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ସେ ଜାତୀୟ ଅନୁସୂଚିତ ଜାତି କମିଶନ ସଦସ୍ୟ ଭାବେ ଦାୟିତ୍ୱ ତୁଲାଇଥିଲେ। ୧୯୫୨ ମସିହା ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିବା ସ୍ବର୍ଗତ ନାୟକ ମୂଳରୁ ଛାତ୍ର ରାଜନୀତି ସହିତ ସମ୍ପୃକ୍ତ ଥିଲେ। ବ୍ରହ୍ମପୁର ଖଲିକୋଟ କଲେଜରେ ଉଚ୍ଚଶିକ୍ଷା ହାସଲ କରିବା ପରେ ଜାନକୀ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ଦଳରେ ଯୋଗ ଦେଇଥିଲେ।

କନ୍ଧମାଳ ଜିଲ୍ଲାର ଜଣେ ଟାଣୁଆ ନେତା ହିସାବରେ ତାଙ୍କର ଖ୍ୟାତି ରହିଥିଲା । ତାଙ୍କର ବିୟୋଗ ଜିଲ୍ଲା କଂଗ୍ରେସରେ ଏକ ଶୂନ୍ୟସ୍ଥାନ ସୃଷ୍ଟି କରିଛି ବୋଲି କହିଛନ୍ତି ଜିଲ୍ଲା କଂଗ୍ରେସ ସଭାପତି ଚନ୍ଦ୍ର ଶେଖର ପରିଡା। ମୃତ୍ୟୁଞ୍ଜୟଙ୍କ ପରଲୋକରେ କନ୍ଧମାଳ ଜିଲ୍ଲାରେ ଶୋକର ଛାୟା ଖେଳିଯାଇଛି । ପୂର୍ବତନ ମନ୍ତ୍ରୀ ତଥା ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ପୂର୍ବତନ ସାଂସଦ ରାଧାକାନ୍ତ ଦିଗାଲ,ପୁର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା,ପୂର୍ବତନ ବିଧାୟକ ଅଭିମନ୍ୟୁ ବେହେରା, ପୂର୍ବତନ ଜିଲ୍ଲା କଂଗ୍ରେସ ସଭାପତି ଅନାମ ନାୟକ, ବରିଷ୍ଠ କଂଗ୍ରେସ ନେତା ଅମୀରଚାନ୍ଦ ନାୟକ, ସମେତ ଜିଲ୍ଲା କଂଗ୍ରେସର ବହୁ ନେତା ଶୋକ ପ୍ରକାଶ କରିଛନ୍ତି। ବୁଧବାର ଫୁଲବାଣୀ ଠାରେ ତାଙ୍କ ଅନ୍ତିମ ସଂସ୍କାର ଅନୁଷ୍ଠିତ ହେବ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...