32.9 C
Balāngīr
Sunday, April 20, 2025

ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ: ଓଡିଶାନ୍ୟୁଜ୨୪//
ଭୁବନେଶ୍ୱର(୨୨/୧୨): ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ତାଙ୍କୁ ମୃତ ଘୋଷଣା କରାଯାଇଛି। ତେବେ ତାଙ୍କର ମୃତ୍ୟୁ କେମିତି ହେଲା, ତାହା ସ୍ପଷ୍ଟ ହୋଇପାରିନାହିଁ।mahanti ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ

ମିଳିଥିବା ସୂଚନା ଅନୁଯାୟୀ, ବିଜୟ ମହାନ୍ତି ଭୁବନେଶ୍ୱରର ଏକ ଗେଷ୍ଟ ହାଉସ୍‌ରେ ଥିଲେ। କିନ୍ତୁ ସେଠାରେ ଅଚେତ ହୋଇଯାଇଥିଲେ। ଫଳରେ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ପରୀକ୍ଷା ନିରୀକ୍ଷା କରିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ।

କ୍ୟାପିଟାଲ ହସ୍‌ପିଟାଲ କର୍ତ୍ତୃପକ୍ଷ କହିଛନ୍ତି ଯେ ବିଜୟ ମହାନ୍ତିଙ୍କୁ ମୃତ ଅବସ୍ଥାରେ ଡାକ୍ତରଖାନାକୁ ଅଣାଯାଇଥିଲା। ତେଣୁ ନିୟମ ଅନୁସାରେ ତାଙ୍କ ଶବର ବ୍ୟବଚ୍ଛେଦ କରାଯିବ। ବ୍ୟବଚ୍ଛେଦ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ସଠିକ କାରଣ ଜଣାପଡ଼ିବ। ଅନ୍ୟପକ୍ଷରେ ଯାହା ଜଣାପଡ଼ିଛି, କିଛି ଦିନ ହେବ ବିଜୟ ମହାନ୍ତି ହୃଦରୋଗରେ ପୀଡ଼ିତ ଥିଲେ।b.mohanty ପୂର୍ବତନ ‘ଭୁବନେଶ୍ୱର ମଧ୍ୟ’ ବିଧାୟକ ବିଜୟ ମହାନ୍ତିଙ୍କ ପରଲୋକ
ବିଜୟ ମହାନ୍ତି ବିଜେଡି ଟିକେଟ୍‌ରେ ଦୁଇ ଥର ବିଧାନସଭା ନିର୍ବାଚନ ଲଢ଼ି ବିଜୟୀ ହୋଇଥିଲେ। ୨୦୦୯ ଓ ୨୦୧୪ରେ ସେ ଭୁବନେଶ୍ୱର ମଧ୍ୟ ଆସନରୁ ଜିତିଥିଲେ। ତା’ପରେ ଆଉ ଦଳ ତାଙ୍କୁ ଟିକେଟ ଦେଇ ନଥିଲା। ବିଜୟ ମହାନ୍ତି ଅବିବାହିତ ଥିଲେ।

ପୂର୍ବତନ ବିଧାୟକ ବିଜୟ ମହାନ୍ତିଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ମାତ୍ରେ ବିଭିନ୍ନ ଦଳର ନେତାମାନେ ଦୁଃଖ ପ୍ରକାଶ କରିଛନ୍ତି। ତାଙ୍କ ମୃତ୍ୟୁ ଖବର ପାଇ ବିଜେଡି ନେତା ତଥା ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ, ବିଜେପି ନେତା ତଥା ଭୁବନେଶ୍ୱର ଏକାମ୍ର ବିଧାୟକ ବାବୁ ସିଂହ, ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା ଓ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ କ୍ୟାପିଟାଲ ହସ୍‌ପିଟାଲରେ ପହଞ୍ଚି ସ୍ୱର୍ଗତ ବିଜୟ ମହାନ୍ତିଙ୍କର ଶେଷ ଦର୍ଶନ କରିଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...