32.9 C
Balāngīr
Wednesday, April 23, 2025

ପୂର୍ବ ଶତ୍ରୁତାରୁ ବ୍ୟକ୍ତିଙ୍କୁ ସଂଘବଦ୍ଧ ଆକ୍ରମଣ, ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ

Must read

ପୁରୁଷୋତ୍ତମପୁର, (୨୯/୦୩) : ଆ.ପ୍ର. : ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ସମା ଗ୍ରାମ ମେଡିକାଲ ନିକଟରେ ଜଣେ ବ୍ୟକ୍ତିଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି ।

ଚିକିତ୍ସାଧିନ ଅବସ୍ଥାରେ ବ୍ରହ୍ମପୁର ଏମକେସିଜିରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ହେଲେ ସିକୁଳା ଗ୍ରାମର ସୁମନ୍ତ ମହାପାତ୍ର । ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସୁମନ୍ତ ନିଜ ଘର ଅଭିମୁଖେ ଆସିବା ସମୟରେ ଦୁର୍ବୃତ୍ତ ମାନେ ସଂଘବଦ୍ଧ ଭାବେ ସମା ସିକୁଳା ରାସ୍ତା ଉପରେ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ସୁମନ୍ତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିବା ବେଳେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କରି ସୁମନ୍ତଙ୍କୁ ଆକ୍ରମଣ କରାଯାଇଥିବା ବେଳେ ପୁରୁଷୋତ୍ତମପୁର ଥାନା ପୋଲିସର ତଦନ୍ତ ଆରମ୍ଭ । ବର୍ତ୍ତମାନ ସୁଧା ଘଟଣାରେ କେହି ଅଟକ ରହିନଥିବା ବେଳେ ବିଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛି ପୋଲିସ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...