32.9 C
Balāngīr
Saturday, July 12, 2025

ପୋଖରୀରୁ ମିଳିଲା ମହିଳାଙ୍କ ମୃତଦେହ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୨୯/୦୫) : ଚିଙ୍ଗୁଡ଼ି ପୋଖରୀରୁ ମହିଳାଙ୍କ ମୃତ ଦେହ ଉଦ୍ଧାର । ମୃତକ ହେଲେ ପ୍ରମିଳା ବେହେରା । ତାଙ୍କଘର ହେଉଛି ପୁରୀ ଜିଲ୍ଲା ମଢ଼ପଦା ଗାଁ’ରେ । ପରିବାର ଲୋକ ଆଣିଲେ ହତ୍ୟା ଅଭିଯୋଗ ।

ପୁଲିସ ଘଟଣାର ତଦନ୍ତ କରୁଛି । ଏଭଳି ଘଟଣା ଘଟିଛି ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ମଣପଡ଼ା ପଞ୍ଚାୟତର ମଢ଼ପଦା ଗାଁ’ରେ । ଆଜି ଜଣେ ମହିଳାଙ୍କ ମୃତ ଦେହ ଗାଁ ନିକଟ ଏକ ଚିଙ୍ଗୁଡ଼ି ପୋଖରୀରେ ଭାସୁଥିଲା । ସେଇ ବାଟ ଦେଇ ଯିବା ଆସିବା କରୁଥିଲା ଲୋକମାନେ ସେଇ ମୃତଦେହକୁ ଦେଖିବାକୁ ପାଇଥିଲେ । ଏନେଇ ଗାଁ ଲୋକେ ପୁଲିକୁ ଖବର ଦେଇଥିଲେ ।

ଘଟଣା ସ୍ଥଳରେ ବ୍ରହ୍ମଗିରି ପୁଲିସ ଓ ସାଇଣ୍ଟଫିକ ଟିମ୍ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠେଇବା ସହ ଘଟଣାର ତଦନ୍ତ କରାଯାଉଛି ବୋଲି ବ୍ରହ୍ମଗିରି ଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର କହିଛନ୍ତି । ଆଜି ସକାଳୁ ଉଭୟ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ସାମାନ୍ୟ ଝଗଡ଼ା ହୋଇଥିବା ଗାଁ ଲୋକେ କହୁଥିବା ବେଳେ ପ୍ରମିଳାଙ୍କ ଭାଇ ତାଙ୍କ ଭିଣୋଇ ହତ୍ୟା କରି ଛପେଇବା ପାଇଁ ଚିଙ୍ଗୁଡ଼ି ପୋଖରୀରେ ଫିଙ୍ଗି ଦେଇଛି ବୋଲି କହିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...