32.9 C
Balāngīr
Wednesday, April 30, 2025

ପୋଖରୀରେ ବୁଡି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ, ଗାଧୋଇବା ପାଇଁ ଯାଇଥିଲେ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଢେଙ୍କାନାଳ, (୦୩/୦୩) : ସଦର ଥାନା ଅନ୍ତର୍ଗତ ସିଆରିଆ ପୋଖରୀରେ ବୁଡି ଆଇଟିଆଇ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ପ୍ରିତିପ୍ରଭୁ ପଟ୍ଟନାୟକ ।

ସେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ବାଜିରାଉତ ଆଇଟିଆଇ କଲେଜରେ ଦ୍ଵୀତୀୟ ବର୍ଷର ଆଇଟିଆଇ ଛାତ୍ର ଥିଲେ । ପ୍ରିତିପ୍ରଭୁଙ୍କ ଘର କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବଞ୍ଚୋ ଗାଁରେ ବୋଲି ଜଣାପଡିଛି । ପ୍ରିତିପ୍ରଭୁ ସିଆରିଆ ସ୍ଥିତ ବାଜିରାଉତ କଲେଜ ହଷ୍ଟେଲରେ ରହି ପାଠ ପଢୁଥିଲେ । ହଷ୍ଟେଲରେ ଆଜି ଲାଇନ ନଥିବାରୁ ଗାଧୋଇବା ପାଇଁ ପାଣି ସରି ଯାଇଥିଲା । ପରେ ପ୍ରିତିପ୍ରଭୁ ହଷ୍ଟେଲ ନିକଟସ୍ଥ ସିଆରିଆ ପୋଖରୀକୁ ଆଠ ଜଣ ସାଙ୍ଗସାଥୀଙ୍କ ସହ ଗାଧୋଇବାକୁ ଯାଇଥିଲେ । ସେଠାରେ ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଛି । ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କୁ ଭର୍ତ୍ତି କରିବା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

ଖବର ପାଇ ସଦରଥାନା ପୋଲିସ ମେଡିକାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅନ୍ୟ ପଟରେ କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କରିଛନ୍ତି ମୃତ ପରିବାର ଲୋକେ । କଲେଜ ଅବହେଳା ଯୋଗୁ ପୁଅର ଜୀବନ ଯାଇଛି । ଯେଉଁମାନେ ଦୋଶୀ ସେମାନଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ପରିବାର ଲୋକେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...