32.9 C
Balāngīr
Thursday, June 12, 2025

ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ, ପୋଲିସର ତଦନ୍ତ ଜାରି

Must read

ଯାଜପୁର, (୨୮/୦୫) : ଆପ୍ର. : ପାଣିକୋଇଲି ଥାନା ଅନ୍ତର୍ଗତ ଜହ୍ନକଣା ଗାଁ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି ।

ଆଈର ଶ୍ରାଦ୍ଧ ବାର୍ଷିକ କାର୍ଯ୍ୟରେ ଯୋଗ ଦେବାକୁ ଆସି ପୋଖରୀକୁ ଗାଧେଇ ଯାଇଥିବା ସମୟରେ ଘଟିଛି ଅଘଟଣ । ସୂଚନା ମୁତାବକ କେନ୍ଦ୍ରାପଡା ଜିଲ୍ଲା ବସୁପୁର ଗ୍ରାମର ବିଶ୍ୱରଂଜନ ବିଶ୍ୱାଳଙ୍କ ପୁଅ ଓଁକାର ବିଶ୍ୱାଳ ଯାଜପୁର ପାଣିକୋଇଲି ଥାନା ଜହ୍ନକଣା ଗାଁ’କୁ ଆଇଙ୍କ ଶ୍ରଦ୍ଧା ବାର୍ଷିକ କାର୍ଯ୍ୟରେ ଯୋଗଦେବାକୁ ଗତକାଲି ଆସିଥିଲେ । ଆଜି ସକାଳୁ ଓଁକାର ତାଙ୍କ ମାଙ୍କ ସହ ଗାଁ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ଅସାବଧାନତା ବଶତଃ ପୋଖରୀରେ ବୁଡି ଯାଇଥିଲେ ।

ଏହାକୁ ଦେଖି ଓଁକାରଙ୍କ ମା ସ୍ଥାନୀୟ ଲୋକଙ୍କୁ ଡାକ ପକାଇଥିଲେ । ଗ୍ରାମବାସୀ ଓ ଦମକଳ ବାହିନୀଙ୍କ ସହାୟତାରେ ଓଁକାରଙ୍କୁ ପୋଖରୀ ମଧ୍ୟରୁ ଉଦ୍ଧାର କରାଯାଇଥିଲା । ପରେ ତାଙ୍କୁ ଯାଜପୁର ରୋଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ମାତ୍ର ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବରପାଇ ପାଣିକୋଇଲି ପୋଲିସ ମେଡ଼ିକାଲରେ ପହଂଚି ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ । ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...