32.9 C
Balāngīr
Wednesday, April 30, 2025

ପୋଲ ନିକଟରେ ଗଛରେ ଝୁଲି ରହିଲା ୧୦୮ ଆମ୍ବୁଲାନ୍ସ

Must read

ଉଦଳା, (୨୮/୦୩) : ଆପ୍ର. : ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହେଲା ୧୦୮ ଆମ୍ବୁଲାନ୍ସ । ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ୩ କର୍ମଚାରୀ ।

ମୟୂରଭଞ୍ଜ କପ୍ତିପଦା ଥାନା ସୋନ ପୋଲରେ ଏହି ଦୁର୍ଘଟଣା ଘଟିଛି । ସୋଭାଗ୍ୟବଶତଃ ଆମ୍ବୁଲାନ୍ସରେ କେହି ରୋଗୀ ନଥିଲେ । ସୂଚନା ଅନୁସାରେ, ୧୦୮ ଆମ୍ବୁଲାନ୍ସ ରୋଗୀ ନେଇ ବାଲେଶ୍ୱର ଜିଲ୍ଲା ଚିକିତ୍ସାଳୟକୁ ଯାଇଥିଲା । ସେଠାରେ ରୋଗୀଙ୍କୁ ଛାଡି ଆମ୍ବୁଲାନ୍ସ ଶ୍ରୀଦାମଚନ୍ଦ୍ରପୁର ଫେରୁଥିବା ସମୟରେ ସକାଳୁ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି । ପୋଲ ନିକଟରେ ଗଛରେ ଝୁଲି ରହିଥିଲା ଆମ୍ବୁଲାନ୍ସ । ପୋଲରୁ ଆମ୍ବୁଲାନ୍ସଟି ୬୦ ଫୁଟ ତଳକୁ ଖସୁଥିବା ବେଳେ ଗଛରେ ଝୁଲି ରହିଥିଲା ।

ଏହି ଦୁର୍ଘଟଣାରୁ ଆମ୍ବୁଲାନ୍ସ କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି । ଏନେଇ ସ୍ଥାନୀୟ ଲୋକେ, ଉଦ୍ଧାରକାରୀ ଦଳକୁ ଖବର ଦେଇଥିଲେ । ଖବର ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । କେଉଁ କାରଣରୁ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହେଲା ତାହାର କାରଣ ଜଣାପଡିନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...