32.9 C
Balāngīr
Tuesday, May 13, 2025

ପୋଷଣ ପକ୍ଷ ପାଳିତ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଗୁଣପୁର, (୨୪/୦୪) : ଆପ୍ର. : ଆଜି ଗୁଣପୁର ବ୍ଲକ ସ୍ତରୀୟ ପୋଷଣ ପକ୍ଷ ପାଳିତ ହୋଇଯାଇଛି । ଗୁଣପୁର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ଉପ ଜିଲ୍ଲାପାଳ ଗୁଣପୁର ସୁଶ୍ରୀ କିରନଦୀପ କୌର ସହୋତା ମୁଖ୍ୟ ଅତିଥି ରୂପେ ଯୋଗଦେଇ ଉଦଘାଟନ କରିଥିଲେ ।WhatsApp Image 2025 04 24 at 17.58.37 ପୋଷଣ ପକ୍ଷ ପାଳିତ

ଗୁଣପୁର ଶିଶୁ ବିକାଶ ଯୋଜନା ଅଧିକାରୀ ସୁଷମା ପ୍ରସାଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜଗନ୍ନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟ ଅଧିକାରୀ କାଳୀ ପ୍ରସାଦ ପଣ୍ଡା, ବ୍ଲକ ପଶୁଧନ ଅଧିକାରୀ ରାଧେଶ୍ୟାମ ଦାସ, କୃଷି ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ସସ୍ମିତା ମହାନ୍ତି, ସାହାରା ପରିବାର ପରାମର୍ଶ କେନ୍ଦ୍ର ସଚିବ ପ୍ରମୋଦ କୁମାର ସାହୁ, ଆଶା ଅନୁଷ୍ଠାନ ସମ୍ପାଦକ ଭେଣୁ ଗୋପାଳ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ଜଣେ ମହିଳା ମାତୃତ୍ୱ ହେବା ଠାରୁ ଶିଶୁ ଜନ୍ମର ୪୫ଦିନ ପର୍ଯ୍ୟନ୍ତ ପୋଷଣର ଅଵଶ୍ୟକତା ଓ କିପରି ସେହି ପୋଷଣ ଦିଆଯିବ ତାହାରି ଉପରେ ମୁଖ୍ୟ ଅତିଥି ଓ ଅନ୍ୟ ଅତିଥିମାନେ ମତବ୍ୟକ୍ତ କରିଥିଲେ । ବିଭିନ୍ନ ପ୍ରକାର ପୋଷଣ ସାମଗ୍ରୀର ପ୍ରଦର୍ଶନୀ ମାଧ୍ୟମରେ ସମସ୍ତଙ୍କୁ ସଚେତନ କରାଯାଇଥିଲା । ବିଶେଷ କରି ମିଲେଟ ମିଶନ ଉପରେ ଗୁରୁତ୍ୱ ପ୍ରଦାନ କରି ମାଣ୍ଡିଆ ଲଢୁ, ବିସ୍କୁଟ, କେକ, ଦହିବରା, ପିଠା ଆଦି ପ୍ରଦର୍ଶନୀରେ ଗୁରୁତ୍ୱ ବହନ କରିଥିଲା ।

ବିଭିନ୍ନ ସ୍ୱୟଂ ସହାୟକ ଗୋଷ୍ଠୀ, ଅଙ୍ଗନବାଡି କର୍ମୀଙ୍କ ହାତ ତିଆରି ପିଠା, ଲଡୁ, ଦହି ପଖାଳ, ସଜନା ଶାଗ ଭଜା, ଜଳଖିଆ ଭଳି ବିଭିନ୍ନ ସାମଗ୍ରୀର ପ୍ରଦର୍ଶନୀ ଦେଖି ଅତିଥି ମାନେ ଖୁସି ବ୍ୟକ୍ତ କରିଥିଲେ । ଏହି ଅବସରରେ କୁନି ଛୁଆ ମନେ ସାସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । କାର୍ଯ୍ୟକ୍ରମରେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା, ଶିଶୁ ବିକାଶ ଯୋଜନା ସୁପରଭାଇଜର, ଅଙ୍ଗନବାଡି କର୍ମୀ, ଜଗନ୍ନାଥପୁର ସ୍ୱାସ୍ଥ୍ୟ କେନ୍ଦ୍ରର କର୍ମଚାରୀ, ସ୍ୱୟଂ ସହାୟକ ଗୋଷ୍ଠୀ ପ୍ରମୁଖ ଯୋଗଦାନ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...