32.9 C
Balāngīr
Wednesday, April 23, 2025

ପ୍ରକାଶ ପାଇଲା ଏକାଡେମିକ୍ କ୍ୟାଲେଣ୍ଡର, ମେ ୬ରୁ ଜୁନ୍ ୧୯ ଯାଏଁ ଖରା ପାଇଁ ସ୍କୁଲ ଛୁଟି

Must read

ଭୁବନେଶ୍ୱର, (୧୬/୦୪) : ଆପ୍ର. : ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚଳିତ ଶିକ୍ଷା ବର୍ଷ ପାଇଁ ଏକାଡେମିକ୍ କ୍ୟାଲେଣ୍ଡର ପ୍ରକାଶ ପାଇଛି ।

ଏଥିରେ କାର୍ଯ୍ୟଦିବସଠୁ ଆରମ୍ଭ କରି ଛୁଟି, ପରୀକ୍ଷା ସମୟ ଆଦି ପ୍ରକାଶ କରାଯାଇଛି । ଏକାଡେମିକ୍ କ୍ୟାଲେଣ୍ଡର ଅନୁଯାୟୀ, ମେ ୬ରୁ ଜୁନ୍ ୧୯ ତାରିଖ ଯାଏ ଖରାଛୁଟି ପାଇଁ ସ୍କୁଲ ବନ୍ଦ ରହିବ। ଚଳିତ ଶିକ୍ଷାବର୍ଷରେ ୫୨ଟି ରବିବାର ରହିଛି । ଏଥିସହ ୮୦ଟି ପୂଜା ଓ ବିଭିନ୍ନ ଛୁଟି ରହିଛି । ଅତିରିକ୍ତ ୨ଟି ଛୁଟି ମଧ୍ୟ ରଖାଯାଇଛି । ୨୩୧ଟି କାର୍ଯ୍ୟଦିବସ ଅଛି, ଅର୍ଥାତ୍ ଶିକ୍ଷକମାନେ ୨୩୧ ଦିନ ସ୍କୁଲ ଆସିବେ । ଶିକ୍ଷା କ୍ୟାଲେଣ୍ଡରକୁ ପାଳନ କରିବାକୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ କୁହାଯାଇଛି ।

ଏପ୍ରିଲ ମାସରେ ୨୨ଟି କାର୍ଯ୍ୟଦିବସ ରହିଥିବା ବେଳେ ମେ’ରେ ୪ଟି, ଜୁନରେ ୮ଟି, ଜୁଲାଇରେ ୨୬, ଅଗଷ୍ଟରେ ୨୨ଟି ଲେଖାଏ କାର୍ଯ୍ୟ ଦିବସ ରହିଛି । ସେହିପରି ସେପ୍ଟେମ୍ୱରରେ ୨୩, ଅକ୍ଟୋବରରେ ୨୦, ନଭେମ୍ୱରରେ ୨୧, ଡିସେମ୍ୱରରେ ୧୮, ଜାନୁଆରୀରେ ୨୩, ଫେବ୍ରୁଆରୀରେ ୨୪ ଓ ମାର୍ଚ୍ଚରେ ୨୨ଟି ଲେଖାଏ କାର୍ର୍ଯ୍ୟ ଦିବସ ରହିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...