32.9 C
Balāngīr
Tuesday, May 20, 2025

ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ: ଏଥର ପୁଅ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୦୩/୦୫) : ଆପ୍ର. : ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ। କଟକ ମାଧ୍ୟମିକ ବୋର୍ଡ ଅଫିସରେ ବିଧିବଦ୍ଧ ଭାବେ ରେଜଲ୍ଟ ପ୍ରକାଶ ପାଇଛି ।

ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତ ବର୍ଷ ୫ ଲକ୍ଷ ୨ ହଜାର ୪୧୭ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ପରୀକ୍ଷା ଦେଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪ ଲକ୍ଷ ୮୪ ହଜାର ୮୬୩ ଜଣ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୧୭ ହଜାର ୩୮୪ ଜଣ ଛାତ୍ରୀଛାତ୍ର ଫେଲ୍ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୪୦ ହଜାର ୨୫୧ ଛାତ୍ର କୃତକାର୍ଯ୍ୟ ହୋଇଥିବା ବେଳେ ୨ ଲକ୍ଷ ୪୪ ହଜାର ୬୧୨ ଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି। ସବୁଥର ପରି ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ପୁଅଙ୍କ ପାସ୍ ହାର୯୪% ଥିବାବେଳେ ଝିଅଙ୍କ ପାସ୍ ହାର ୯୬% ରହିଛି।

ପାସ୍ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ । B2ରେ ୮୪ ହଜାର ୯୭୧, Cରେ ୧ ଲକ୍ଷ ୩୩ ହଜାର ୮୨୨, Dରେ ୧ ଲକ୍ଷ ୪୬ ହଜାର ୧୫୪ ଓ E ଗ୍ରେଡ୍ ୬୭ ହଜାର ୧୩ ଜଣ ପାସ୍ କରିଛନ୍ତି ।

ଆଜି ସନ୍ଧ୍ୟା ୬ଟା ପରେ ୱେବସାଇଟ୍ରେ ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡର ଅଫିସିଆଲ ୱେବସାଇଟ୍ www.bseodisha.ac.in ରେ ଛାତ୍ରଛାତ୍ରୀମାନେ ସେମାନଙ୍କ ରେଜଲ୍ଟ ଦେଖିପାରିବେ । ନିଜ ରୋଲ ନମ୍ବର ଓ ଜନ୍ମ ତାରିଖ ଦେଇ ପରୀକ୍ଷାର୍ଥୀ ରେଜଲ୍ଟ ଯାଞ୍ଚ କରିପାରିବେ । ଏହାଛଡା SMS ମାଧ୍ୟମରେ ମଧ୍ୟ ପରୀକ୍ଷାର୍ଥୀ ସେମାନଙ୍କ ଫଳ ଦେଖିପାରିବେ । ରେଜଲ୍ଟ ପ୍ରକାଶ ପରେ ଯେଉଁ ଛାତ୍ରୀଛାତ୍ର ଫଳାଫଳ ନେଇ ଅସନ୍ତୁଷ୍ଟ ହେବେ, ସେମାନେ ପୁନଃମୂଲ୍ୟାୟନ କିମ୍ବା ପୁନଃଯାଞ୍ଚ ପାଇଁ ଆବେଦନ କରିପାରିବେ, ଯାହାର ବିବରଣୀ ବୋର୍ଡ ଓ୍ବେବ୍ସାଇଟ୍ରେ ଉପଲବ୍ଧ ହେବ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...