ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୬/୦୫) : ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ । କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ପ୍ରକାଶ ପାଇଛି ରେଜଲ୍ଟ। ଚଳିତ ବର୍ଷ ପାସ୍ ହାର ୯୬.୦୭ ପ୍ରତିଶତ ରହିଛି ।
ତେବେ ପୁଅଙ୍କ ଅପେକ୍ଷା ଚଳିତ ବର୍ଷ ଝିଅଙ୍କ ପାସ୍ ହାର ଅଧିକ ରହିଛି ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ବୋର୍ଡ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁସାରେ, ଚଳିତ ବର୍ଷ ପ୍ରକାଶ ପାଇଥିବା ରେଜଲ୍ଟରେ ଝିଅଙ୍କ ପାସ୍ ହାର ୯୬.୭୩% ରହିଥିବା ବେଳେ ପୁଅଙ୍କ ପାସ୍ ହାର ୯୬.୩୯% । ମୋଟ ୫ ଲକ୍ଷ ୪୧ ହଜାର ୬୧ ଜଣ ପରୀକ୍ଷା ଦେଇଥିଲେ । ସେଥି ମଧ୍ୟରୁ ପାସ୍ ୫ ଲକ୍ଷ ୩୦ ହଜାର ୧୫୩ ଜଣ ଛାତ୍ରଛାତ୍ରୀ କରିଛନ୍ତି ।
ତେବେ ରେଜଲ୍ଟ ବାହାରିବାର ଘଣ୍ଟାଏ ପରେ ଅର୍ଥାତ ସାଢେ ୧୧ ଟାରୁ ବୋର୍ଡ ୱେବସାଇଟ୍ www.bseodisha.ac.in ରେ ଉପଲବ୍ଧ ହେବ । ଏସଏମଏସ ଜରିଆରେ ମଧ୍ୟ ପରୀକ୍ଷାର୍ଥୀ ରେଜଲ୍ଟ ଜାଣି ପାରିବେ । ସେଥିଲାଗି OR10 ସ୍ପେସ୍ ନିଜ ରୋଲ ନମ୍ବର ଲେଖି 5676750କୁ ସେଣ୍ଡ କରିବାକୁ ପଡିବ । ଅପରାହ୍ଣ ୪ଟାରୁ କୃତୀ ଛାତ୍ରଛାତ୍ରୀ ସେମାନଙ୍କ ଡିଜିଟାଲ ସାର୍ଟିଫିକେଟ୍ ଡାଉନଲୋଡ କରିପାରିବେ । ହ୍ବାଟସଆପ୍ ମାଧ୍ୟମରେ ଡିଜିଟାଲ ସାର୍ଟିଫିକେଟ ପାଇବାକୁ 7710058192କୁ BSE/ Hi ଲେଖି ପଠାଇବାକୁ ପଡିବ ।
ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୪ରେ ଶେଷ ହୋଇଥିଲା । ଏଥର ପରୀକ୍ଷା ଦେଇଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ପରୀକ୍ଷାର୍ଥୀ । ପରୀକ୍ଷା ଫଳକୁ ନେଇ ଯଦି କୌଣସି ଦ୍ବନ୍ଦ୍ବ ରୁହେ ତେବେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ରିଚେକିଂ ପାଇଁ ଅବେଦନ କରାଯାଇପାରିବ । କେବଳ ଅନଲାଇନ୍ ଜରିଆରେ ହିଁ ରିଚେକିଂ ପାଇଁ ଆବେଦନ କରାଯାଇପାରିବ ।