କଳାହାଣ୍ଡି (୩୦/୦୩-ଆପ୍ର): ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଭବାନୀପାଟଣା ସ୍ଥିତ ରିସିଗାଁ ଶ୍ରୀକୃଷ୍ଣ ନଗର ପଡ଼ିଆ ଠାରେ “ଅନ୍ତ୍ୟୋଦୟ ଗୃହ ଯୋଜନାର” ଶୁଭାରମ୍ଭ କରିଛନ୍ତି । ପ୍ରାରମ୍ଭିକ ଭାବେ ଆଜି ୫୦,୦୦୦ ରୁ ଉର୍ଦ୍ଧ୍ଵ ହିତାଧିକାରୀଙ୍କୁ ପକ୍କାଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯାଇ ହିତାଧିକାରୀଙ୍କୁ ପକ୍କାଘର ପାଇଁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି।
ବୌଦ୍ଧ ଜିଲ୍ଲା ମୁରୁଶୁଣ୍ଡି ଖେଳ ପଡ଼ିଆ ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମାନ୍ୟବର ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଯୋଗ୍ୟ ହିତାଧିକାରୀଙ୍କୁ ଅନ୍ତଦ୍ୟୋୟ ଗୃହ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ବଲାଙ୍ଗିର ଠାରେ ଆୟୋଜିତ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମାନ୍ୟବର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ଡଃ ମୁକେଶ ମହାଲିଙ୍ଗ ଐତିହାସିକ ମୂହୁର୍ତ୍ତରେ ସାମିଲ ହୋଇଥିଲେ।
Ashutosh Dedicates Player of the Match Award to Indian Legend, Shares Moment Over Video Call
କଟକ ସଦର ବ୍ଲକରେ ଅନ୍ତ୍ଯୋଦୟ ଗୃହ ବଣ୍ଟନ କାର୍ଯ୍ଯକ୍ରମରେ ମାନ୍ୟବର ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ ହିତାଧିକାରୀଙ୍କୁ କାର୍ଯ୍ଯାଦେଶ ବଣ୍ଟନ କରିଥିଲେ । ଆୟୋଜିତ କାର୍ଯ୍ଯକ୍ରମରେ କଟକ ସଦର ବିଧାୟକ ଶ୍ରୀ ପ୍ରକାଶ ଚନ୍ଦ୍ର ସେଠୀ ଉପସ୍ଥିତ ଥିଲେ। ଖୋର୍ଦ୍ଧା ଜିଲ୍ଲା ଜଟଣୀ ସ୍ଥିତ ତରାବୋଇ ଠାରେ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।
ଏହି କାର୍ଯ୍ୟକ୍ରମରେ ମାନ୍ୟବର ଖୋର୍ଦ୍ଧା ବିଧାୟକ ଶ୍ରୀ ପ୍ରଶାନ୍ତ ଜଗଦ୍ଦେବ, ଜିଲ୍ଲାପାଳ ଶ୍ରୀ ଚ଼ଞ୍ଚଳ ରାଣା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ରୁପଶ୍ରୀ ରାଣୀ ଗୁମାନସିଂହ , ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଜ୍ୟୋତି ଶଙ୍କର ସାହୁ , ଖୋର୍ଦ୍ଧା ବ୍ଳକ ବିଡ଼ିଓ ଶ୍ରୀମତୀ କ୍ଷୀରାବ୍ଧି ତନୟା ସାହୁଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ।