32.9 C
Balāngīr
Wednesday, April 23, 2025

ପ୍ରଧାନ ଶିକ୍ଷକଙ୍କ ଉପରେ ଚଢ଼ିଗଲା ବସ୍

Must read

ଗଞ୍ଜାମ, (୧୯/୦୩) : ଆ.ପ୍ର. : ଗଞ୍ଜାମ ଜିଲ୍ଳା ଦିଗପହଣ୍ଡି କଇଠଖଣ୍ଡି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ପ୍ରଧାନ ଶିକ୍ଷକଙ୍କ ଉପରେ ଚଢ଼ିଗଲା ଘରୋଇ ବସ୍‌ । ଫଳରେ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଛି।

ପ୍ରଧାନ ଶିକ୍ଷକ ଜଣଙ୍କ କୁରେଶୁ ପାତ୍ର। ସେ ମଧୁବନ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ । ସୂଚନା ଅନୁସାରେ, ଆଜି ସକାଳେ ପ୍ରଧାନ ଶିକ୍ଷକ ବାଇକରେ ସ୍କୁଲ ଯାଉଥିବା ସମୟରେ ଏକ ଘରୋଇ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣା ପରେ ପ୍ରଧାନ ଶିକ୍ଷକ ଗାଡ଼ିରୁ ତଳେ ପଡିଯାଇଥିଲେ । ତାଙ୍କ ମୁଣ୍ଡରେ ଆଘାତ ଲାଗିଥିଲା । ସ୍ଥାନୀୟ ଲୋକେ, ତୁରନ୍ତ ତାଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଏନେଇ ପୋଲିସ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚି ବସ୍‌ ଓ ବାଇକକୁ ଜବତ କରି ଘଟଣାର ତଦନ୍ତ ଜାରି କରିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...