32.9 C
Balāngīr
Wednesday, April 23, 2025

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.
  •  ପ୍ରାୟ ୭ ହଜାର ପ୍ରବାସୀ ଆସିବେ, ବର୍ତ୍ତମାନ ସୁଦ୍ଧା ୨୭୪୮ ଜଣ ଅତିଥିଙ୍କ ପଞ୍ଜିକରଣ
  • ପ୍ରଧାନମନ୍ତ୍ରୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ
  • ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି ଆସିବେ, ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର  ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ
  • ସହରର ସ୍ୱଚ୍ଛତା, ଶୃଙ୍ଖଳତା ସହ ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଜନସାଧାରଣଙ୍କୁ ନିବେଦନ

ଭୁବନେଶ୍ୱର (୩୧.୧୨.୨୦୨୪): ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ  ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ।banner 19 pbd divas ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏହାର ସମ୍ପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କରିଥିଲେ । ଭାରତୀୟ ସଂସ୍କୃତି ସାରା ବିଶ୍ୱରେ ନିଜର ସମୃଦ୍ଧ ଐତିହ୍ୟ ଓ ପରମ୍ପରା ପାଇଁ ପ୍ରସିଦ୍ଧ । ଓଡିଶାର ସମୃଦ୍ଧ କଳା, ସଂସ୍କୃତି ଓ ଐତିହ୍ୟକୁ ବିଶ୍ୱ ଦରବାରରେ ପହଞ୍ଚାଇବା ପାଇଁ ପ୍ରବାସୀ ଭାରତୀୟ ଦିବସ ଏକ ପ୍ରକୃଷ୍ଟ ଅବସର ।
ଏହି ସମାରୋହରେ ଦେଶ ବିଦେଶରୁ ପ୍ରାୟ ୭ହଜାର ଅତିଥି ଯୋଗଦେବେ । ଅଦ୍ୟାବଧି ୨୭୪୮ ଜଣ ଅତିଥି ଅଂଶ ଗ୍ରହଣ ନିମନ୍ତେ ପଞ୍ଜିକରଣ କରି ସାରିଲେଣି ।
ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁ ( Ms Christine Carla Kangaloo) ଯୋଗଦେବେ । ଏହି ଅବସରରେ ସେ ଚନ୍ଦକା ସ୍ଥିତ ଗୋଡିବାରି ସରକାରୀ ବିଦ୍ୟାଳୟର  ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିବେ ।
ଭାରତର ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଶ୍ରୀ ଏସ୍ ଜୟ ଶଙ୍କର, ଅର୍ଥ ମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀତାରମଣ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଭୁତି ଏହି ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ପ୍ରବାସୀ ଭାରତୀୟ ଏକ୍ସପ୍ରେସ’ର ଉଦଘାଟନ କରିବେ ।mo 2 300x160 1 ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ
ଏହାକୁ ଦୃଷ୍ଟିରେ ରଖି ଅଧିକ ସଂଖ୍ୟକ ହାଇ ସିକ୍ୟୁରିଟି ଫୋର୍ସ, ୨୫୦ ଟ୍ରାଫିକ ନିୟନ୍ତ୍ରଣକାରୀ ଏବଂ ୧୪୦ ଲିଆଜିନିଙ୍ଗ ଅଫିସରଙ୍କୁ ନିୟୋଜିତ କରାଯାଇଛି । ସେହିପରି ବିଦେଶରୁ ଆସୁଥିବା ଅତିଥି ମାନଙ୍କୁ ଏକ ସୁନ୍ଦର ଓ ସୌହାର୍ଦ୍ଦ୍ୟପୂର୍ଣ୍ଣ ଅଭିଜ୍ଞତା ପ୍ରଦାନ ପାଇଁ ଟ୍ୱିନସିଟି ଭୁବନେଶ୍ୱର ଓ କଟକକୁ ସମ୍ପୂର୍ଣ୍ଣ ରୂପେ ସ୍ୱଚ୍ଛ ଓ ନିର୍ମଳ କରାଯାଇଛି । ସହରର ରାସ୍ତା ଘାଟ, ଅଫିସ୍ ବିଲଡିଙ୍ଗ, ବିଡିଏ ପାର୍କ ଓ ବରପୁତ୍ରଙ୍କ ପ୍ରତିମୂର୍ତ୍ତୀ ଗୁଡିକୁ ପରିଷ୍କାର ପରିଛନ୍ନ କରାଯାଇ ସୁସଜ୍ଜିତ ଆଲୋକ ମାଳାରେ ସଜାଇ ଦିଆଯାଉଛି । ପ୍ରବାସୀ ଭାରତୀୟ ଦିବସ ମହାସମାରୋହରେ ଆୟୋଜନ ବେଳେ ସହରର ବିଭିନ୍ନ ସ୍ଥାନରେ ପଥ ଉତ୍ସବ, ଏକାମ୍ର ଉତ୍ସବ, ଆଦିବାସୀ ମେଳା ପ୍ରଭୁତି ଦ୍ୱାରା ରାଜଧାନୀକୁ ଉତ୍ସବ ମୁଖର କରାଯିବ ।
ଭୁବନେଶ୍ୱର ସହିତ ଏହାର ଆଖପାଖ ଅଞ୍ଚଳର ପରିମଳ ବ୍ୟବସ୍ଥା ଓ ସୌନ୍ଦର୍ଯ୍ୟକରଣ ଉପରେ ସ୍ୱତନ୍ତ୍ର ଧ୍ୟାନଦେବା ପାଇଁ ମୁଖ୍ୟମନ୍ତ୍ରୀ ବି.ଏମ୍.ସି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ସହରର ସ୍ୱଚ୍ଛତା, ଶୃଙ୍ଖଳା ଓ ସରକାରଙ୍କ ଦ୍ୱାରା ପ୍ରଦତ୍ତ ନିୟମାବଳୀର ଅନୁପାଳନ କରି ସମାରୋହର ସଫଳ ରୂପାୟନରେ ଭାଗିଦାରୀ ହେବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।
ସାହିତ୍ୟ, ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ଏହି ସମାରୋହରେ ଓଡିଶାର ସମୃଦ୍ଧ କଳା ଓ ଐତିହ୍ୟର ପ୍ରଦର୍ଶନ ରାଜାରାଣୀ ସଙ୍ଗୀତ ଉତ୍ସବ, ଓଡିଶୀ ନୃତ୍ୟ, ମୁକ୍ତେଶ୍ୱର ଡ୍ୟାନ୍ସ ଫେଷ୍ଟିଭାଲ, ଦେଶଜ ନୃତ୍ୟ ଇତ୍ୟାଦି ମାଧ୍ୟମରେ ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରାଯିବ । ଏହାର ଦୂରଦର୍ଶନରେ ସିଧା ପ୍ରସାରଣ ମଧ୍ୟ କରାଯିବ ।  ଭୁବନେଶ୍ୱର, କଟକ, ପୁରୀ, କୋଣାର୍କ ଆଦି ବିଭିନ୍ନ ସହରର ପ୍ରାୟ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ଅତିଥି ମାନଙ୍କୁ ନେବା ପାଇଁ ବ୍ୟବସ୍ଥା କରାଯାଉଛି । ଓଡିଶାର ଏକ ପ୍ୟାଭିଲିୟନ ଜନତା ମଇଦାନରେ ରହିବ, ଯେଉଁଥିରେ ଶ୍ରୀ ଜଗନ୍ନାଥ ସଂସ୍କୃତି, କଳିଙ୍ଗ ଯୁଦ୍ଧ, ସମ୍ରାଟ ଅଶୋକଙ୍କ ଚଣ୍ଡାଶୋକରୁ ଧର୍ମାଶୋକରେ ରୂପାନ୍ତରଣ, ଐତିହ୍ୟ ବାଲିଯାତ୍ରା ଓ ଅନ୍ୟାନ୍ୟ କୀର୍ତ୍ତିରାଜୀ ଗୁଡିକର ପ୍ରଦର୍ଶନ କରାଯିବ । ଏହା ସହ ଏକ ଡିଜିଟାଲ୍ ପ୍ରଦର୍ଶନୀର ମଧ୍ୟ ଆୟୋଜନ କରାଯାଇଛି । ଅତିଥି ମାନଙ୍କ ଭ୍ରମଣ ତଥା ଯାତାୟାତ ନିମନ୍ତେ ୧୦ଟି ଉନ୍ନତ ମାନର ବସ ଏବଂ ୫ଟି ଡବଲ୍ ଡେକର ବସର ବ୍ୟବସ୍ଥା କରାଯାଇଛି । ୨୦୦ରୁ ଅଧିକ ପ୍ରବାସୀ ସାମ୍ବାଦିକ, ୭ଟି ଦେଶରୁ ୟଟ୍ୟୁବର ଓ ବ୍ଲଗର ଏଥିରେ ଅଂଶ ଗ୍ରହଣ କରୁଛନ୍ତି ।
ଏହି ଉତ୍ସବର ପ୍ରଚାର ଓ ପ୍ରସାରଣ ନିମନ୍ତେ ସୋସିଆଲ ମିଡିଆ, ଟିଭି ଓ ବିଜ୍ଞାପନ ଇତ୍ୟାଦି ମାଧ୍ୟମରେ ଜନସାଧାରଣଙ୍କୁ ତିନିଗୋଟି ଭାଷା ଯଥା-ଓଡିଆ, ହିନ୍ଦୀ, ଇଂରାଜୀରେ ଅବଗତ କରାଯାଉଛି ।
ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ଦୁଇ ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଶ୍ରୀମତୀ ପ୍ରଭାତୀ ପରିଡା, ଆଇନ, ପୂର୍ତ୍ତ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆ ଏବଂ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।
- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...