32.9 C
Balāngīr
Sunday, April 20, 2025

ପ୍ରଭାବତୀ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ସନ୍ତୋଷ କୁମାର ନାୟକ
ବଲାଙ୍ଗିର/ଟିଟିଲାଗଡ଼, (୧୮/୧୨) : ଟିଟିଲାଗଡ଼ ସହରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶ୍ରୀ ଦାଦିଜୀ ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲର ବାର୍ଷିକୋତ୍ସବ ସ୍ଥାନୀୟ ପିପଲପଦର ଠାରେ ଉଦ୍‌ଯାପିତ ହୋଇଯାଇଛି ।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପୋଲିସ ଆଇଜି ହିମାଂଶୁ ଲାଲ, ସମ୍ମାନିତ ଅତିଥି ଭାବେ ଟିଟିଲାଗଡ଼ ଉପଜିଲ୍ଲାପାଳ ରେହାନ ଖେତ୍ରୀ, ପ୍ରଭାବତୀ ପବ୍ଲିକ ସ୍କୁଲ ଚେୟାରମେନ ସୁଶିଲ ସରାଫ, ଅଧ୍ୟକ୍ଷା ଡ. ସୁନନ୍ଦା ଜତି ପ୍ରମୁଖ ମଞ୍ଚାସୀନ ଥିଲେ । ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତୀରେ ମାଲ୍ୟାର୍ପଣ ଓ ଦ୍ଵୀପ ପ୍ରଜ୍ୱଳନ କରି ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା । ଏହାପରେ ସ୍କୁଲର କୃତି ଛାତ୍ରଛାତ୍ରୀଙ୍କୁ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । କ୍ଲାସ ନର୍ସରୀ ଠାରୁ ଆରମ୍ଭ କରି ଦଶମ ଶ୍ରେଣୀର ବିଦ୍ୟାର୍ଥୀଙ୍କ ଦ୍ଵାରା ‘ମେରା ଦେଶ ମେରା ମିଟ୍ଟି’ ଥିମ ଅନୁଯାୟୀ ଦେଶଭକ୍ତି ଗୀତର ତାଳେ ତାଳେ ଦେଶର ଜବାନ ମାନଙ୍କ ଉଦ୍ଦେଶ୍ୟରେ ସମର୍ପିତ କରିଥିଲେ । ଯାହାକି ଆସିଥିବା ଅଭିଭାବକ ତଥା ଅତିଥିଙ୍କ ମନ ମୋହି ନେଇଥିଲା ।

ଏହି ଅବସରରେ ମୁଖ୍ୟ ଅତିଥି ହିମାଂଶୁ ଲାଲ ଶିକ୍ଷା ଗ୍ରହଣ କରିବା ସହ କିପରି ଏକ ଚିତ୍ତ ମନରେ ନିଜର ଲକ୍ଷ୍ୟ ହାସଲ କରିବା ସମ୍ଭବ ହୁଏ ତାହା ଆଜିର ଯୁଗରେ କ୍ରିକେଟର ବିନୋଦ କାମ୍ବଲି ଓ ସଚିନ ତେନ୍ଦୁଲକରଙ୍କ ଉଦାହରଣ ଦେଇ ନିଜର ଅଭିଭାଷଣ ପ୍ରଦାନ କରିଥିଲେ । ଏହି ଦୁଇ ଦିବସୀୟ ବାର୍ଷିକ ଉତ୍ସବକୁ ସଫଳ ରୂପାୟନ କରିବାରେ ସ୍କୁଲର ଉପାଧ୍ୟକ୍ଷ ପିତାମ୍ବର ଶର୍ମା, ଏଡ୍‌ମିସନ୍‌ ଏଡ୍‌ମିନ୍‌ ଧରିତ୍ରୀ ମହାନ୍ତି, ପିଟି ସାର ଦଳବେହେରା ବାବୁ, ଲବ ସୁନାନି, ଶିକ୍ଷକ ତୁଷାର ଦାସ, ବନମାଳୀ ପଣ୍ଡା, ଚାନ୍ଦ ସାର, ନୃତ୍ୟ ଗୁରୁ ଟୁଲୁ ସାର, ଏକାଡେମୀକ ଡାଇରେକ୍ଟର, କୋର୍ଡିନେଟର ପ୍ରମୋଦ ପାଲଙ୍କ ସହ ସ୍କୁଲର ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ପରିଚାଳନା କରିବାରେ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...