32.9 C
Balāngīr
Wednesday, April 23, 2025

ଫସଲ ହାନୀ ଯୋଗୁ ଉଜୁଡ଼ିଗଲା ସଂସାର; ଜୀବନ ହାରିଲେ ଚାଷୀ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଜଗତସିଂହପୁର, (୩୧/୧୨) : ଏଥରର ଅଦିନିଆ ବର୍ଷା କେବଳ ଯେ ବିଲରୁ ଫସଲ ଧୋଇ ନେଇଛି ତାହା ନୁହେଁ, ଏହା ବହୁ ପରିବାରର ହସଖୁସି ବି ଧୋଇ ନେଇଛି ।

ଫସଲ ହାନୀ ପାଇଁ ପୁଣି ଥରେ ଉଜୁଡ଼ି ଯାଇଛି ଆଉ ଏକ ସଂସାର । ଏପରି ହୃଦୟ ବିଦାରକ ଘଟଣା ଜଗତସିଂହପୁର ଜିଲ୍ଲାରେ ଘଟିଛି । ନିଜ ସୁନା ଫସଲ ପାଣିରେ ପଚୁଥିବା ଦେଖି ସହି ପାରିଲେନି ଚାଷୀ । ଆଉ ଘରେ ପହଞ୍ଚି ଝୁଲି ପଡ଼ିଲେ । ଏପରି ଏକ ସାଂଘାତିକ ଘଟଣା ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ସାରଣା ଗାଁରେ ଘଟିଛି । ମୃତ ଚାଷୀଜଣକ ହେଲେ କୃତିବାସ ସ୍ୱାଇଁ । ଫସଲହାନୀ କାରଣରୁ ସେ ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି

ଗତକାଲି କୃତିବାସ ଭାଇଙ୍କ ସହ ଧାନ କାଟିବାକୁ ଯାଇଥିଲେ । ସନ୍ଧ୍ୟାରେ ଘରକୁ ଆସି ପୂଜାପାଠ କଲେ । ଏହାପରେ ନିଜ ରୁମ୍‌ରେ ପଶି କବାଟ ଦେଇଥିଲେ । କିଛି ସମୟ ପରେ ପରିବାର ଲୋକେ ଡାକିଲେ ମଧ୍ୟ ସେ ଆଉ କବାଟ ଖୋଲି ନ ଥିଲେ। ଏହାପରେ ପରିବାର ଲୋକେ ପଡ଼ୋଶୀଙ୍କ ସହ କବାଟ ଭାଙ୍ଗି ଭିତରେ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ପାଇଥିଲେ । ଉଦ୍ଧାର କରି ତୁରନ୍ତ ତାଙ୍କୁ ମେଡିକାଲ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଫସଲ ହାନୀକୁ ନେଇ ଚିନ୍ତିତ ଥିବା କୃତିବାସ ଏପରି ଚରମ ପଦକ୍ଷେପ ଉଠାଇଥିବା ଅଭିଯୋଗ ଆଣି ଉପଯୁକ୍ତ କ୍ଷତିପୂରଣ ଦାବି କରିଛନ୍ତି ପରିବାର ଲୋକେ । ତେବେ ଏନେଇ ପୁଲିସର ପ୍ରତିକ୍ରିୟା ମିଳି ପାରିନାହିଁ ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...