32.9 C
Balāngīr
Saturday, April 26, 2025

ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁୁବନେଶ୍ୱର, (୦୩/୦୨) : ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାଜପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ବଣ୍ଟନ କରାଯିବ ।

ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଏହା ପୂର୍ବରୁ ହିତାଧିକାରୀ ଫେବୃଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ ଏନପିସିଆଇ ଚେକ୍ କରି ପାରିବେ । ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ । ଚତୁର୍ଥ ପର୍ଯ୍ୟାୟରେ ଏକ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବୃଆରୀରେ ଯଦି ଚତୁର୍ଥ ପର୍ଯ୍ୟାୟ କିସ୍ତିରୁ ବଞ୍ଚିତ ହୁଅନ୍ତି ତେବେ ଯାଞ୍ଚ କରିବା ପାଇଁ ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଟଙ୍କା ପାଇ ପାରିବେ । ସୂଚନାଯୋଗ୍ୟ, ଏହା ପୂର୍ବରୁ ଡିସେମ୍ବର ୨୫ରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ ବୋଲି ଘୋଷଣା କରାଯାଇଥିଲା । ତେବେ ହିତାଧିକାରୀଙ୍କ ବ୍ୟାଙ୍କ ସଂପର୍କିତ ସମସ୍ୟା ରହିବା ଏବଂ ଯୋଗ୍ୟ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ପାଇଁ ଏହି ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା ।

ଏହା ପୂର୍ବରୁ ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିଥିଲା । ସୁନ୍ଦରଗଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ପାଇଁ ସୁଭଦ୍ରା ଟଙ୍କା ଜାରି କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୦ ଜଣ ମହିଳାଙ୍କୁ ଡମି ଚେକ୍ ପ୍ରଦାନ କରିଥିଲେ । ସେହିପରି ଆସନ୍ତା ମାର୍ଚ୍ଚରେ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ । ଫେବୃଆରୀ ୮ ତାରିଖ ସୁଦ୍ଧା ଓଡିଶାର ଏକ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଟଙ୍କା ମିଳିଯିବ ।

 

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...