32.9 C
Balāngīr
Sunday, July 20, 2025

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Must read

ଭୁବନେଶ୍ୱର, (୨୯/୦୬) : ଆପ୍ର. : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।

ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ଦୁଇ ଦିନ ଯାଏଁ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ । ଲଘୁଚାପ ପ୍ରଭାବରେ ଆସନ୍ତା ୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୧ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...