32.9 C
Balāngīr
Sunday, July 20, 2025

ବଜ୍ରାଘାତରେ ୨ ମୃତ, ଜଣେ ଗୁରୁତର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବାଲେଶ୍ୱର, (୧୧/୦୮) : ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁ’ରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି ।

ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ। ଆହତ ଜଣଙ୍କ ହେଉଛନ୍ତି ସେହି ଗାଁର ସୁରେନ୍ଦ୍ର ସାହୁ । ଏମାନେ ଆଜି ଅପରାହ୍ଣରେ ବିଲକୁ କାମ କରିବାକୁ ଯାଇଥିଲେ। ତେବେ ସେହି ସମୟରେ ପ୍ରବଳ ଘଡ଼ଘଡ଼ି ସହିତ ବିଜୁଳି ମାରିଥିଲା। ଆଉ ସେଥିରେ ବସନ୍ତ ଓ ନରେନ୍ଦ୍ରଙ୍କର ମୃତ୍ୟୁ ଘଟିଥିଲା । ସ୍ଥାନୀୟ ଲୋକଙ୍କ ସହାୟତାରେ ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିଲେ । କିନ୍ତୁ ସେଠାରେ ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ସୁରେନ୍ଦ୍ର ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ତାଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି l

 

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...