32.9 C
Balāngīr
Wednesday, April 23, 2025

ବଡଭାଇର ଟାଙ୍ଗିଆ ଚୋଟରେ ସାନ ଭାଇ ମୃତ: ଅଭିଯୁକ୍ତ ଅଟକ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କାଲିମେଳା, (୨୯/୦୧) : ମାଲକାନଗିରି ଜିଲ୍ଲା କାଲିମେଳା ଥାନା ତାଟିଗୁଡା ଗାଁ’ରେ ଅଭାବନୀୟ ଘଟଣା ଘଟିଛି । ବଡଭାଇର ଟାଙ୍ଗିଆ ଚୋଟରେ ସାନ ଭାଇର ମୃତ୍ୟୁ ଘଟିଛି ।

ମୃତକ ତାଟିଗୁଡା ଗାଁର ଭୀମା ସୋଡ଼ୀ ବୋଲି ଜଣାପଡିଛି । ସୂଚନା ମୂତାବକ ତାଟିଗୁଡା ଗାଁ’ର ଇର୍ମା ସୋଡ଼ୀ ଙ୍କ ମୃତ୍ୟୁ ପରେ ତାଙ୍କର ଦୁଇ ପୁଅ ବଡ ଭାଇ ମାଡା ଏବଂ ସାନ ଭାଇ ଭୀମାଙ୍କ ମଧ୍ୟରେ ଜମିଜମା ବିବାଦକୁ କେନ୍ଦ୍ର କରି ଶତ୍ରୁତା ଲାଗି ରହୁଥିଲା । ଏଥିପାଇଁ ଦୁଇ ଭାଇଙ୍କ ମଧ୍ୟରେ ବାରମ୍ବାର ଝଗଡ଼ା ଲାଗି ରହୁଥିଲା । ବର୍ତ୍ତମାନ ବାଦାମ ଚାଷ କୁ ନେଇ ଦୁଇ ଭାଇଙ୍କ ମଧରେ ମତାନ୍ତର ହେବାରୁ ବଚସା ହୋଇଥିଲା ।

ଗତ ରାତିରେ ଭୀମା ନିଜ ଜମିରେ ଥିବା କୁଡିଆ ଭିତରେ ଶୋଇଥିବା ସମୟରେ ମାଡା ସେଠାରେ ପହଁଚି ଟାଙ୍ଗିଆ ସାହାଯ୍ୟରେ ଭୀମା କୁ ଆକ୍ରମଣ କରି ହତ୍ୟା କରିଥିବା ଜଣାପଡିଛି । ହତ୍ୟାକାଣ୍ଡ ପରେ ମାଡା ନିଜ ଘରେ ଯାଇ ରହିଥିଲା । ଗୋଟିଏ ଦିନ ପରେ ହତ୍ୟାକାଣ୍ଡ ସମ୍ପର୍କରେ ଘର ଲୋକ ଜାଣି ପୁଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତ ବଡ ଭାଇକୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ରେ ବ୍ୟବହୃତ ଟାଙ୍ଗିଆକୁ ମଧ୍ୟ ଜବତ କରିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...