ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୧) : ବଢ଼ିଲା ସ୍ଵାଧୀନତା ସଂଗ୍ରାମୀଙ୍କ ଭତ୍ତା। ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ।
ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଯଥୋଚିତ ସମ୍ମାନ ଦେବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । କାରାବରଣ କରି ନ ଥିବା ସ୍ଵାଧୀନତା ସଂଗ୍ରାମୀମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର । ସେହିପରି ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର । ଜରୁରୀ କାଳୀନ ପରିସ୍ଥିତିରେ MISA ଆଇନରେ ଗିରଫ ହୋଇଥିବା ସଂଗ୍ରାମୀମାନଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।