ଭୁବନେଶ୍ୱର, (୦୪/୦୫) : ଆପ୍ର. : ବଢିବ କାଳବୈଶାଖୀ ପ୍ରକୋପ। ଟ୍ବିନସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ । ଧୂଳିଝଡ଼ ସହ ଭୁବନେଶ୍ବରର ପ୍ରବଳ ବର୍ଷା ।
ରାଜଧାନୀରେ ପବନର ବେଗ ଘଣ୍ଟା ପ୍ରତି ୭୪ କିମି ରେକର୍ଡ। ବିଜୁଳି ଘଡ଼ଘଡ଼ି ସହ ବର୍ଷା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା । ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ବିଛିନ୍ନ ହୋଇଯାଇଥିଲା। ଆସନ୍ତା ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।
ଏହି ସବୁ ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କାଳବୈଶାଖୀ, କୁଆପଥର ବର୍ଷା ଓ ଭାରୀ ବର୍ଷା ନେଇ ଓଡ଼ିଶା ସମେତ ୮ଟି ରାଜ୍ୟକୁ ସତର୍କ ସୂଚନା ଜାରି କରାଯାଇଛି।