32.9 C
Balāngīr
Saturday, April 26, 2025

ବଢିଲା ବିଦ୍ୟାଳୟ ପାଚିକା ଓ ସହାୟିକାଙ୍କ ପାରିଶ୍ରମିକ: ଏଣିକି ୨ ହଜାର ପରିବେର୍ତ୍ତ ମିଳିବ ୩ ହଜାର ଟଙ୍କା, ଏପ୍ରିଲ ୧ ରୁ ହେବ ଲାଗୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୩) : ବଢିଲା ବିଦ୍ୟାଳୟ ପାଚିକା ଓ ସହାୟିକାଙ୍କ ପାରିଶ୍ରମିକ । ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ଣ ଭୋଜନ ଯୋଜନାରେ କାମ କରୁଥିବା ପାଚିକା ଓ ସହାୟିକାଙ୍କ ପାରିଶ୍ରମିକ ବୃଦ୍ଧି କରାଯାଇଛି ।

ଏଣିକି ୨୦୦୦ ହଜାର ପରିବର୍ତ୍ତେ ୩ହଜାର ଟଙ୍କା ମାସିକ ପାରିଶ୍ରମିକ ମିଳିବ । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିଶ୍ରମିକ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିଶ୍ରମିକ ଲାଗୁ ହେବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସଂଗ୍ରାମ ମହାପାତ୍ର ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣର ରାଜ୍ୟ ଭାରପ୍ରାପ୍ତ ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି । ଏହା ଦ୍ବାରା ରାଜ୍ୟରେ କାର୍ଯ୍ୟରତ ଥିବା ୧,୧୨,୦୯୦ ଜଣ ପାଚକ, ଓ ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ ।

 

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...