32.9 C
Balāngīr
Thursday, June 12, 2025

ବଢୁଛି କୋଭିଡ ସଂକ୍ରମଣ: ରାଜ୍ୟରେ ୩୮ଟି ପଜିଟିଭ ଚିହ୍ନଟ, ଲକ୍ଷଣ ଥିଲେ ରଥଯାତ୍ରାକୁ ନଆସିବାକୁ ନିର୍ଦ୍ଦେଶ

Must read

ଭୁବନେଶ୍ୱର, (୦୭/୦୬) : ଆପ୍ର. : ବଢୁଛି କୋଭିଡ ସଂକ୍ରମଣ । ରାଜ୍ୟରେ ଏଯାଏ ୩୮ଟି କୋଭିଡ କେସ ଚିହ୍ନଟ । ୭୫୫ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ସେଥିରୁ ୩୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ୯ଜଣ ସଂପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ଅନ୍ୟ ମାନେ ଘରେ ଆଇସୋଲେସନରେ ଥିବା ଜଣାପଡ଼ିଛି । କୋଭିଡ ସଂକ୍ରମଣର ମୁକାବିଲା କରିବାକୁ ରାଜ୍ୟ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ସମସ୍ତ ରାଜ୍ୟକୁ ପରିସ୍ଥିତିର ମୁକାବିଲା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ପରାମର୍ଶ ଦିଆଯାଇଛି । ରାଜ୍ୟଗୁଡ଼ିକୁ ଅକ୍ସିଜେନ, ଆଇସୋଲେସନ ବେଡ଼, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧର ଉପଲବ୍ଧତା ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ରାଜ୍ୟ ଓ ଜିଲ୍ଲା ସର୍ଭେଲାନ୍ସ ୟୁନିଟ ଇନଫ୍ଲୁଏଞ୍ଜା ଭଳି ଅସୁସ୍ଥତା ILI ଏବଂ ସିଭିଅର ଆକ୍ୟୁଟ ରେସ୍ପିରେଟୋରୀ ଇଲନେସ-SARI ଉପରେ ନିବିଡ଼ ନଜର ରଖିଛନ୍ତି । ସମସ୍ତ SARI କେସ ଏବଂ ୫% ILI କେସ ପାଇଁ ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ପଜିଟିଭ SARI ନମୁନାଗୁଡ଼ିକୁ ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଉଛି ।

ସେପଟେ କୋଭିଡ ଲକ୍ଷଣ ଥିଲେ ରଥଯାତ୍ରାକୁ ନଆସିବାକୁ ନିର୍ଦ୍ଦେଶାବଳି ଜାର କରିଛି ସ୍ବାସ୍ଥ୍ୟବିଭାଗ । ବୟସ୍କ, ଗୁରୁତର ଅସୁସ୍ଥ ଓ ଥଣ୍ଡା ଲକ୍ଷଣ ଥିଲେ ନ ଆସିବାକୁ ପରାମର୍ଶ ହୋଇଛି । ରଥ ଦେଖିବାକୁ ଯାଉଥିବା ଲୋକ କୋଭିଡ ନିୟମ ପାଳନ୍ତୁ । ମାସ୍କ ପିନ୍ଧିବା, ସ୍ବଚ୍ଛତା ଓ ପାନୀୟ ଉପରେ ଗୁରୁତ୍ବ ଦେବାକୁ ପରାମର୍ଶ ଦିଆଯାଇଛି । ପୁରୀ ହସ୍ପିଟାଲରେ ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ମଧ୍ୟ ଦିଆଯାଇଛି ନିର୍ଦ୍ଦେଶ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...