32.9 C
Balāngīr
Monday, April 28, 2025

ବଢୁଥିବା ତାତିରେ ଲାଗିବ ରୋକ, ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଅରେଞ୍ଜ ୱାର୍ଣ୍ଣିଂ

Must read

ଭୁବନେଶ୍ୱର, (୨୦/୦୩) : ଆ.ପ୍ର. : ତାତିରେ ଲାଗିବ ବ୍ରେକ । କାଳବୈଶାଖୀ ଆଣିବ ଖରା ତାତିରୁ ଆଶ୍ବସ୍ତି । ଗତ ୨୪ ଘଣ୍ଟାରେ ୩ ରୁ ୪ ଡ଼ିଗ୍ରୀ ତାପମାତ୍ରା ହ୍ରାସ ପାଇଛି ।

ବଢୁଥିବା ତାତିରେ ଲାଗିବ ରୋକ । ରାଜ୍ୟର ବିଭିନ୍ନ ସ୍ଥାନରେ ୨୩ ତାରିଖ ଯାଏ ବିଜୁଳି, ଘଡ଼ଘଡ଼ି ଓ କୁଆପଥର ବର୍ଷାର ଆଶଙ୍କା । ଆଜି ବିଜୁଳି, ଘଡ଼ଘଡ଼ି ଓ କୁଆପଥର ମାଡ଼ ପାଇଁ ୬ ଜିଲ୍ଲା ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ସୁନ୍ଦରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ସମ୍ବଲପୁର, ଦେବଗଡ଼, ବୌଦ୍ଧ, ଅନୁଗୁଳ ଓ ଯାଜପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ସେହିପରି ଆସନ୍ତାକାଲି ପାଇଁ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ସବୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ପକ୍ଷରୁ ଆଲର୍ଟ କରାଯାଇଛି । ଗତକାଲି ରାଜ୍ୟର କିଛି ସ୍ଥାନରେ କାଳବୈଶଖୀ ବର୍ଷା ହୋଇଛି ।

 

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...