32.9 C
Balāngīr
Saturday, July 12, 2025

ବଣାଇ ଥାନା ଅଞ୍ଚଳରେ ଅଘଟଣ, ବିଷାକ୍ତ ସାପ କାମୁଡ଼ାରେ ଗଲା ୨ ଜୀବନ

Must read

ବଣାଇ,(୩୦/୦୬) :ଆପ୍ର. : ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅଞ୍ଚଳରେ ଘଟିଛି ଅଘଟଣ । ବିଷାକ୍ତ ସାପ କାମୁଡ଼ାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି ।

ଜଣେ ମୃତକ କଟୁରୀ ଧୁଆ ଗାଁର ନାବାଳିକା ରଶ୍ମି ଓରାମ ହୋଇଥିବା ବେଳେ ଆଉ ଜଣେ ନରେନ୍ଦ୍ର ଗାଁର ଅଜିତ ଓରାମ ବୋଲି ଜଣାପଡିଛି । ଖବର ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅଞ୍ଚଳରୁ ଆସିଛି ଦୁଃଖଦ ଖବର । କଟୁରୀ ଧୁଆ ଗାଁରେ ନାବାଳିକା ରଶ୍ମି ଓ ରାମ ଘରେ ଶୋଇଥିବା ବେଳେ ବିଶାକ୍ତ ସାପ କମୁଡିଥିଲା । ଏହାପରେ ତାଙ୍କୁ ତୁରନ୍ତ ବଣାଇ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ଅନ୍ୟପଟେ ନରେନ୍ଦ୍ର ଗାଁର ଅଜିତ ଓରାମ ଘରୁ ବାହାରକୁ ଉଠିଥିବା ବେଳେ ସାପ କାମୁଡ଼ି ଦେଇଥିଲା । ଯାହାପରେ ତାଙ୍କୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାରୁ ଆଣିଥିଲେ । ହେଲେ ସେଠାରେ ବି ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର । ତେବେ ଗତ କିଛି ଦିନ ହେବେ ଏହି ଅଞ୍ଚଳରେ ବର୍ଷା ଲାଗିରହିଥିବାରୁ ଏଭଳି ଅଘଟଣ ଘଟୁଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...