32.9 C
Balāngīr
Monday, April 28, 2025

ବଦଳୁଛି ପାଗ; ଦୁଇ ଦିନ ପରେ ପ୍ରବଳ ଗରମ !

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୮/୦୨) : ରାଜ୍ୟରେ ତାତି ବଢିବ । ପୁଣି କଲବଲ କରିବ ତାତି । ଦିନ ତାପମାତ୍ର ସହିତ ରାତି ତାପମାତ୍ରା ଧୀରେ ଧୀରେ ବଢିବାର ସମ୍ଭାବନା ରହିଛି ।

ବଦଳୁଛି ପାଗ, ଦୁଇ ଦିନ ପରେ ପ୍ରବଳ ଗରମ ! ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ ଦିନ ଓ ରାତି ତାପମାତ୍ରା । ଏଭଳି ପୂର୍ବାନୁମାନ କରିଛନ୍ତି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି । ଦୁଇ ଦିନ ପରେ ରାଜ୍ୟରେ ଉପରମୁହାଁ ହେବ ପାରଦ । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଓଡ଼ିଶା ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ତାତି ବଢିବ ବୋଲି ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ସକ୍ରିୟ ନଥିବାବେଳେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ଖରା ବଢ଼ିବା ଆରମ୍ଭ ହୋଇଛି। ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୩୪ ଡିଗ୍ରୀ ସେଲସିୟସ୍‌ ପାଖାପାଖି ରହିଛି। ୬ଟି ସ୍ଥାନରେ ପାରଦ ୩୪ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି। ବଲାଙ୍ଗୀର ଓ ବୌଦ୍ଧରେ ପାରଦ ୩୬ ଡିଗ୍ରୀ ଥିବା ବେଳେ ଝାରସୁଗୁଡ଼ା ୩୫.୬, ସମ୍ବଲପୁର ୩୫.୩, ଟିଟିଲାଗଡ଼ ୩୫.୫, ନବରଙ୍ଗପୁର ୩୫ ଡିଗ୍ରୀ ସେଲସିୟସ୍‌ ଛୁଇଁଥିଲା ।

ରାଜ୍ୟର ୧୭ଟି ସ୍ଥାନରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ଥିଲା । ପାଣିପାଗ ବିଭାଗ ପକ୍ଷରୁ ଆଗାମୀ ଦୁଇ ସପ୍ତାହ ପାଇଁ ଜାରି ପୂର୍ବାନୁମାନ ଅନୁସାରେ ଆସନ୍ତା ୫ ତାରିଖ ଭିତରେ ରାଜ୍ୟର ଅନେକ ସ୍ଥାନରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୧ରୁ ୩ ଡିଗ୍ରୀ ଅଧିକ ରହିପାରେ। ମାର୍ଚ୍ଚ ୬ରୁ ୧୨ ତାରିଖ ଭିତରେ ପୂର୍ବ ଭାରତର ଅନେକ ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବା ସମ୍ଭାବନା ଅଛି । ଏଭଳି ହେଲେ ଓଡ଼ିଶାରେ ବି ଦିନର ତାପମାତ୍ରା ଅଧିକ ରହିପାରେ । ଆସନ୍ତା ୭ ଦିନ ଯାଏ କୌଣସି ବର୍ଷାର ସମ୍ଭାବନା ନାହିଁ । ପାଗ ମୁଖ୍ୟତଃ ଶୁଖିଲା ରହିବ । ସେହିପରି ଆଗାମୀ ପାଞ୍ଚ ଦିନ ପାଇଁ କୌଣସି ୱାର୍ଣ୍ଣିଂ ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...