32.9 C
Balāngīr
Wednesday, April 30, 2025

ବନାଗ୍ନି ରୋକିବାକୁ ବନ ବିଭାଗ ର ପଥ ପ୍ରାନ୍ତ ନାଟକ ମାଧ୍ୟମ ରେ ଗାଁ ଗାଁ ରେ ଜନ ସଚେନତା

Must read

ରିପୋର୍ଟ : ବିଭୂତି ଲହରିଆ
ବାଲିଗୁଡା, (୨୧/୨) : ବନାଗ୍ନି ନିରାକରଣ ପାଇଁ ବନ ବିଭାଗ ର ଅଭିନଵ ପ୍ରୟାସ ଚାଲିଛି । ବନଗ୍ନୀ ରୋକିବାକୁ ଖରାଦିନ ପୂର୍ବରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ ।WhatsApp Image 2025 02 21 at 17.06.58 ବନାଗ୍ନି ରୋକିବାକୁ ବନ ବିଭାଗ ର ପଥ ପ୍ରାନ୍ତ ନାଟକ ମାଧ୍ୟମ ରେ ଗାଁ ଗାଁ ରେ ଜନ ସଚେନତା

ବାଲିଗୁଡା ଡିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ନିର୍ଦେଶ କ୍ରମେ କୋଟଗଡ ବନାଞ୍ଚଳ ଅଧିକାରୀ ବାଳଗୋପାଳ ଙ୍କ ପ୍ରତ୍ୟକ୍ଷ୍ୟ ତତ୍ତ୍ୱlବଧାନ ରେ ଶ୍ରୀରାମପୁର ସେକ୍ସନ ଓ ସୁବର୍ଣ୍ଣଗିରୀ ଅଞ୍ଚଳ ରେ ଜନ ସଚେତନତା ସଭା ଓ ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଥିଲା l କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ମାନଙ୍କ ନିଖୁଣ ଅଭିନୟ ମାଧ୍ୟମ ରେ ଦର୍ଶକ ଙ୍କୁ ସଚେତନତା ର ବାର୍ତ୍ତା ବlଣ୍ଟିଥିଲେ । ଏଥିରେ ସଚେତନଧର୍ମି ପଥପ୍ରାନ୍ତ ନାଟକ ” ଜଳୁଛି ଜଙ୍ଗଲ ‘ ମଞ୍ଚସ୍ଥ ହୋଇଥିଲା l

ଜଙ୍ଗଲ ନିଆଁ ନିରାକରଣ ପୋଡୁଚାଷ ରୁ ନିବୃତ ବେ ଆଇନ ଶିକାର ଏବଂ ମହୁଲ ସଂଗ୍ରହ ସମୟ ରେ ଗଛତଳେ ନିଆଁ ନଲଗାଇ ସଠିକ ଉପାୟରେ ମହୁଲ ଫୁଲ ସଂଗ୍ରହ ଏବଂ ବନ୍ୟପ୍ରାଣୀ ଙ୍କ ସୁରକ୍ଷା ନିମନ୍ତେ ଆୟୋଜିତ ପଥପ୍ରାନ୍ତ ସଭା ରେ ମୁଖ୍ୟ ଅତିଥି ସ୍ଥାନୀୟ ସରପଞ୍ଚ ଉଦଘାଟନ କରିଥିଲେ ଫରେଷ୍ଟର ହରିଶ ପ୍ରଧାନ, ଫରେଷ୍ଟର ଫକୀର ଡିଗାଲ ଫରେଷ୍ଟର ରବୀନ୍ଦ୍ର ନାୟକ, ଫରେଷ୍ଟର ପ୍ରିୟଙ୍କା କହଁର, ଫରେଷ୍ଟ ଗାର୍ଡ ସଂଜୀବ ବିଶିମାଝି, ଶ୍ରଦ୍ଧାଞ୍ଜଳି ମଳିକ, ଧନେଶ୍ୱର ବେନିଆ ଖଗେଶ୍ୱର ପ୍ରଧାନ, ରଜନୀ କାନ୍ତ ବେହେରା, ଦୀପକ ପଟ୍ଟନାୟକ ଯୋଗ ଦେଇଥିଲେ l

ମୁଖ୍ୟବକ୍ତା ଭାବେ ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଅନ୍ତର୍ଯ୍ୟାମୀ ଖଣ୍ଡଗିରୀ ଯୋଗଦେଇ ଜଙ୍ଗଲ ନିଆଁ କୁ ରୋକିବା ଓ ଜଙ୍ଗଲ ସୁରକ୍ଷା ନେଇ ସଚେତନ କରିଥିଲେ l ଏହି କାର୍ଯ୍ୟକ୍ରମ ସମସ୍ତ ଫରେଷ୍ଟ ଗାର୍ଡ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ର ସଦସ୍ୟ ସମେତ ଗ୍ରାମବାସୀ ସକ୍ରିୟ ଅଂଶ ଗ୍ରହଣ କରିଥିଲେ ll ଜଙ୍ଗଲ କୁ କିଭଳି ନିଆଁ ଦାଉରୁ ରକ୍ଷାକରି  ଗ୍ରାମ୍ୟ ଜଙ୍ଗଲ କୁ ସୁରକ୍ଷା ଦେବା ପାଇଁ ସମୂହ ଶପଥ ପାଠ କରିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...