32.9 C
Balāngīr
Wednesday, April 23, 2025

ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ରାୟଗଡା ବନାଞ୍ଚଳ ତରଫରୁ ତାଡମା ଆବାସିକ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ସଚେତନତା ରାଲି

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୩୦/୦୧) : ଆଜି ୨୯.୦୧.୨୦୨୫ ରିଖ ରେ ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ତାଡମା ଆବାସିକ ଉଚ୍ଚ ବିଦ୍ୟାଳୟ ର ୧୨୦ ଜଣ ଛାତ୍ର ଛାତ୍ରୀ ଓ ୧୭ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟତ୍ରୀ ଙ୍କୁ ନେଇ ସଚେତନତା ରାଲି ଅନୁଷ୍ଠିତ ହୋଇଥିଲା ।WhatsApp Image 2025 01 30 at 17.19.13 ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ରାୟଗଡା ବନାଞ୍ଚଳ ତରଫରୁ ତାଡମା ଆବାସିକ ଉଚ୍ଚ ବିଦ୍ୟାଳୟର ଛାତ୍ରଛାତ୍ରୀ ଙ୍କୁ ନେଇ ସଚେତନତା ରାଲି

ଏହି ରାଲି କୁ ବନାଞ୍ଚଳ ଅଧିକାରୀ ଶ୍ରୀ କାମେଶ୍ଵର ଆଚାରୀ ଓ ଆବାସିକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ଲକ୍ଷ୍ମୀ ନାରାୟଣ ପାଳ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ର।ଲି ଗୋପାଳପୁର ଗ୍ରାମ ଠାରୁ ତାଡମା ଗ୍ରାମ ପର୍ଯ ନ୍ତ ହୋଇଥିଲା । ଏଥି ମଧ୍ୟରେ ଗୋପାଳପୁର ଗ୍ରାମ , ତାଡମା ଗ୍ରାମ ଓ ଚିନ୍ତାଲୀଗୁଡା ଗ୍ରାମ ଗୁଡିକରେ ବନକର୍ମଚାରୀ ଏବଂ ଛାତ୍ର ଛାତ୍ରୀ ମାନେ ସ୍ଲୋଗାନ ମାଧ୍ୟମରେ ଜଙ୍ଗଲ ନିଆଁ ନିବାରଣ ସଚେତନତା ବାର୍ତ୍ତା ଦେଇଥିଲେ ।

ଏହି ବାର୍ତ୍ତା ଦ୍ବାରା ଆଗାମୀ ଗ୍ରୀଷ୍ମ ଋତୁ ରେ ଜଙ୍ଗଲ ନିଆଁ କୁ କିପରି ନିୟନ୍ତ୍ରଣ ଓ ନିବାରଣ କରିବା ଓ ଜଙ୍ଗଲ ରେ କିପରି ନିଆଁ ନ ଲାଗିବ ସେ ଉପରେ ପ୍ରୟାସ ଓ ସେଥିରେ ବନ ବିଭାଗ କୁ ସହଯୋଗ କରିବାକୁ ଲୋକମାନଙ୍କୁ ଅନୁରୋଧ କରାଯାଇଥିଲା । ଏହା ସହ ଜଙ୍ଗଲ ନିଆଁ ଦ୍ବାରା ଜଙ୍ଗଲ ର କ୍ଷତି ଓ ତା ଦ୍ବାରା ମାନବ ସମାଜ ଉପରେ କି ପ୍ରକାର କୁପ୍ରଭାବ ପଡ଼େ ସେ ଉପରେ ଗ୍ରାମବାସୀ ଙ୍କ ସହ ଆଲୋଚନା କରାଯାଇଥିଲା ଓ ଆଗାମୀ ଦିନ ମାନଙ୍କରେ ଜଙ୍ଗଲ ନିଆଁ କିପରି ସମ୍ପୂର୍ଣ ବନ୍ଦ କରାଯାଇ ପାରିବ ସେ ବିଷୟରେ ଉପରୋକ୍ତ ଗ୍ରାମବାସୀ ଙ୍କୁ ମାର୍ଗଦର୍ଶନ କରାଯାଇଥିଲା । ଏହି ର।ଲିରେ ୫ ଜଣ ବନପାଳ , ୧୫ ଜଣ ବନରକ୍ଷୀ , ୩୦ ଜଣ ପାରା ବନ କର୍ମଚାରୀ , ୧୨୦ ଜଣ ଛାତ୍ର ଛାତ୍ରୀ ଙ୍କ ସହ ୧୭ ଜଣ ସ୍କୁଲ ଶିକ୍ଷକ ଓ ଶିକ୍ଷୟତ୍ରୀ ଭାଗ ନେଇଥିଲେ ।

ଏହି କାର୍ଯକ୍ରମ ଟି ରାୟଗଡା ବନପାଳ ଶ୍ରୀ ଗୌରି ଶଙ୍କର ସାହୁ, ଗୁମ୍ମା ବନପାଳ ଶ୍ରୀ ଡମ୍ବରୁଧର ନାୟକ, କୁମତାଲପେଟା ବନପାଳ ଶ୍ରୀ ପ୍ରଦ୍ୟୁମ୍ନ କୁମାର ବେହେରା, ବନପାଳ ଶ୍ରୀମତୀ ପଦ୍ମାବତୀ ପାଢି ଏବଂ ବନପାଳ ଶ୍ରୀ ରବି ଚନ୍ଦ୍ର ପାତ୍ର, ବନରକ୍ଷୀ ଶ୍ରୀ ସନ୍ତୋଷ କୁମାର ପାଣିଗ୍ରାହୀ, ଶ୍ରୀ ସମୀର କୁମାର ସାହୁ, ଶ୍ରୀମତୀ ଶକୁନ୍ତଳା କୋଣ୍ଡାଗୋରୀ, ଶ୍ରୀ ବି ଭାସ୍କର, ଶ୍ରୀ ପ୍ରସାଦ ବେହେରା, ଶ୍ରୀ ପ୍ରଦୀପ ସାହୁ, ଶ୍ରୀ ଲାବଣ୍ୟ ମାଝି ଙ୍କ ଦ୍ବାରା ସୁ ପରିଚାଳନା କରାଯାଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...