32.9 C
Balāngīr
Wednesday, April 30, 2025

ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ରାୟଗଡ ବନାଞ୍ଚଳ ତରଫରୁ ମୋଟର ସାଇକେଲ ରାଲି

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡ଼ା, (୨୪/୦୧) : ଆଜି ଅଦ୍ୟ ତାରିଖ – ୨୩.୦୧.୨୦୨୫ ରିଖ ପ୍ରାତଃ ୮.୦୦ ଘଣ୍ଟିକା ସମୟରେ ରାୟଗଡା ବନାଞ୍ଚଳ ତରଫରୁ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ମୋଟର ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା ।WhatsApp Image 2025 01 24 at 10.54.10 ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିବାରଣ ସଚେତନତା ଉପଲକ୍ଷେ ରାୟଗଡ ବନାଞ୍ଚଳ ତରଫରୁ ମୋଟର ସାଇକେଲ ରାଲି

ଏହି ମୋଟର ସାଇକେଲ ରାଲି କୁ ବନଖଣ୍ଡ ଅଧିକାରୀ ଶ୍ରୀ ସଚିନ ଆନ୍ନାସାହେବ ଓହୋଲ ଓ ଉପ ବନ ସଂରକ୍ଷକ ଶ୍ରୀ ସଂଦୀପ କୁମାର ପୃଷ୍ଟି ଓ ବନାଞ୍ଚଳ ଅଧିକାରୀ ଶ୍ରୀ କମେଶ୍ଵର ଆଚାରୀ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ମୋଟର ସାଇକେଲ ର।ଲି ଗୁମ୍ମା ସେକ୍ସନ ର ଗୁମ୍ମା ଗ୍ରାମ ଠାରୁ ଆରମ୍ଭ ହୋଇ ରାୟଗଡା ସେକ୍ସନର ବୈରାଗିହାଲୁବା ଗ୍ରାମ ଦେଇ କୋମତାଳପେଟା ସେକ୍ସନ ର ମାଳୀଗାଁ ଠାରେ ଶେଷ ହୋଇଥିଲା ।

ଏଥି ମଧ୍ୟରେ କୋଦୁପଡୁ, ହାଲୁବା, ସଂକେଶ, ଶିରିକୋଣ।, ମାଲିପଡ଼।,, ତାଡମ।, ଚିନ୍ତାଳୀଗୁଡା , ପିତମହାଲ, ହଁସା, ପଣାସାହି, ଜିମିଡିପେଟା, ବୈରାଗୀ ହାଲୁବା, ପିପିଲିଗୁଡା , ମୀରାବାଲି , ପାଣିଛତ୍ର , ରୁପୁଣି, ଭୋଇମୋଡା, ରେଖାପଦର, କୈଳାଶପୁର, ଲିଂଗାଗୁଡା, ପଦା ଲେକାପାଇ , ଗୌଡ ଲେଲିବାଡି , କୋଲନର, ଅମଲାଭଟ୍ଟା, କଦଳୀଗୁଡା, ଗୌଡଗୁଡା, କନ୍ଧମାଳୀଗାଓଁ ଗ୍ରାମ ଗୁଡିକରେ ବନକର୍ମଚାରୀ ମାନେ ଜଙ୍ଗଲ ନିଆଁ ନିବାରଣ ସଚେତନତା ବାର୍ତ୍ତା ଦେଇଥିଲେ ।

ଏହି ବାର୍ତ୍ତା ରେ ଆଗାମୀ ଗ୍ରୀଷ୍ମ ଋତୁ ରେ ଜଙ୍ଗଲ ନିଆଁ କୁ କିପରି ନିୟନ୍ତ୍ରଣ ଓ ନିବାରଣ କରିବା ଓ ଜଙ୍ଗଲ ରେ କିପରି ନିଆଁ ନ ଲାଗିବ ସେ ଉପରେ ପ୍ରୟାସ ଓ ସେଥିରେ ବନ ବିଭାଗ କୁ ସହଯୋଗ କରିବାକୁ ଲୋକମାନଙ୍କୁ ଅନୁରୋଧ କରାଯାଇଥିଲା । ଏହା ସହ ଜଙ୍ଗଲ ନିଆଁ ଦ୍ବାରା ଜଙ୍ଗଲ ର କ୍ଷତି ଓ ତା ଦ୍ବାରା ମାନବ ସମାଜ ଉପରେ କି କୁପ୍ରଭାବ ପଢେ ସେ ଉପରେ ଗ୍ରାମବାସୀ ଙ୍କ ସହ ଆଲୋଚନା କରାଯାଇଥିଲା ଓ ଆଗାମୀ ଦିନ ମାନଙ୍କରେ ଜଙ୍ଗଲ ନିଆଁ କିପରି ସମ୍ପୂର୍ଣ ବନ୍ଦ କରାଯାଇ ପାରିବ ସେ ବିଷୟରେ ଉପରୋକ୍ତ ଗ୍ରାମବାସୀ ଙ୍କୁ ମାର୍ଗଦର୍ଶନ କରାଯାଇଥିଲା ।

ଏହି ମୋଟର ସାଇକେଲ ର।ଲି ରେ ୫ ଜଣ ବନପାଳ, ୧୧ ଜଣ ବନରକ୍ଷୀ, ୩୦ ଜଣ ପାରା ବନ କର୍ମଚାରୀ ଭାଗ ନେଇଥିଲେ । ଏହି କାର୍ଯକ୍ରମ ଟି ରାୟଗଡା ବନପାଳ ଶ୍ରୀ ଗୌରି ଶଙ୍କର ସାହୁ , ଗୁମ୍ମା ବନପାଳ ଶ୍ରୀ ଡମ୍ବରୁଧର ନାୟକ ଓ କୋମତାଳପେଟ ବନପାଳ ଶ୍ରୀ ପ୍ରଦ୍ୟୁମ୍ନ କୁମାର ବେହେରା ଙ୍କ ଦ୍ବାରା ସୁ ପରିଚାଳିତ ହୋଇଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...