32.9 C
Balāngīr
Thursday, June 12, 2025

ବରଯାତ୍ରୀ କାର ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ ,ରାସ୍ତା ରୋକ କଲେ ସ୍ଥାନୀୟ ଲୋକ

Must read

ବାଲିଗୁଡା, (୧୧/୦୫) : ଆପ୍ର. : ବରଯାତ୍ରୀ କାର ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ । ଏଭଳି ଅଭାବନୀୟ ଦୁର୍ଘଟଣା ବାଲିଗୁଡା ଥାନା ୫୯ ନମ୍ବର ଜାତୀୟ ରାଜପଥର ମିଡିଆପାଙ୍ଗା ନିକଟରେ ଘଟିଛି ।

ମୃତକ ହେଲେ ମିଡିଆପାଙ୍ଗା ଗାଁ’ର ମମିରା ଦିଗାଲ । ବାଟାଗୁଡାରୁ ବିବାହ କାର୍ଯ୍ୟସାରି ଏକ କାର କୁର୍ତମଗଡ଼ ଯାଉଥିବା ସମୟରେ ମିଡିଆପାଙ୍ଗା ଗାଁ ନିକଟରେ ବୃଦ୍ଧଙ୍କୁ ଧକ୍କାଦେଇ କାରଟି ପଳେଇ ଯାଇଥିଲା । ଖବର ପାଇ ପୋଲିସ କୁର୍ତମଗଡ଼ ନିକଟରେ କାରକୁ ଅଟକାଇଥିବା ବେଳେ କାର ଡ୍ରାଇଭର ଫେରାର ହୋଇଥିବା ଜଣାପଡିଛି । ସେପଟେ ବୃଦ୍ଧଙ୍କ ଘଟଣାସ୍ଥଳରେ ମୃତ୍ୟୁକୁ ନେଇ ମିଡିଆପାଙ୍ଗା ଗାଁ ନିକଟରେ ରାସ୍ତାରୋକ କରିଥିଲେ ସ୍ଥାନୀୟ ଲୋକେ । ପରିସ୍ଥିତି ଅଣାୟତ୍ତ ହେବାରୁ ବାଲିଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ କ୍ଷତିପୂରଣ ନେଇ ଆଲୋଚନା ପରେ ରାସ୍ତା ଅବରୋଧ ହଟିଥିଲା ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...