ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ସମ୍ବଲପୁର, (୦୭/୦୩) : ସମ୍ବଲପୁର ଜିଲ୍ଲାରେ ଘଟିଛି ସଡ଼କ ଦୁର୍ଘଟଣା । ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଧଳପୁର ବୁଲାଣି ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୨୫ ଜଣ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ, ବରଯାତ୍ରୀ ନେଇ ଗାଡିଟି ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗାଡିଟି କିସିଣ୍ଡା ଥାନା ଧଳପୁର ବୁଲାଣି ନିକଟରେ ଓଲଟି ପଡିଥିଲା । ଫଳରେ ଗାଡ଼ିରେ ଥିବା ୨୫ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ତୁରନ୍ତ ସେମାନଙ୍କୁ ଉଦ୍ଧାର କରାଯାଇ ସମ୍ବଲପୁର ଓ ନାକଟିଦେଉଳ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି କରିଛି ।