32.9 C
Balāngīr
Thursday, July 10, 2025

ବରଯାତ୍ରୀ ପ୍ରୋସେସନବେଳେ ବଡ଼ ଅଘଟଣ, ଡିଜେ ଗାଡ଼ିରେ କରେଣ୍ଟ ଲାଗି ଜଣେ ମୃତ

Must read

ଢେଙ୍କାନାଳ, (୦୫/୦୭) : ଆପ୍ର. : ବାହାଘର ବରଯାତ୍ରୀ ପ୍ରୋସେସନବେଳେ ବଡ଼ ଅଘଟଣ । ବରଯାତ୍ରୀ ଡିଜେ ଗାଡ଼ିରେ ଲାଗିଲା ୧୧ କେଭି ବିଦ୍ୟୁତ ତାର ।

ଫଳରେ ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବାବେଳେ ଜଣ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ତୁମୁସିଂହା ଥାନା କଦଳୀପାଳ ଗ୍ରାମରେ । ସୂଚନା ଅନୁଯାୟୀ, ଢେଙ୍କାନାଳ ସହର ଗୁଡ଼ିଆନାଳୀରୁ ଏକ ବିବାହ ପ୍ରୋସେସନ ତୁମୁସିଂହା ଥାନା ଅନ୍ତର୍ଗତ କଦଳୀପାଳ କନ୍ଧସାହି ଝିଅ ଘରକୁ ଯାଉଥିଲା। ହେଲେ କଦଳୀପାଳଠାରେ ରାସ୍ତା ପାର୍ଶ୍ଵରେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ ତାର ଡିଜେ ଗାଡ଼ିରେ ଲାଗିଯାଇଥିଲା। ଫଳରେ ଡିଜେ ଗାଡ଼ି ବିଦ୍ୟୁତ କରେଣ୍ଟରେ ଚାର୍ଜ ହୋଇଯାଇଥିଲା। ଏମିତିରେ ଡିଜେ ଗାଡ଼ି ଉପରେ ନାଚୁଥିବା ବରଯାତ୍ରୀ କିଛି ଯୁବକ ବିଦ୍ୟୁତ ସଂସ୍ପର୍ଶରେ ଆସି ଆହତ ହୋଇଥିଲେ।

ସେମାନଙ୍କୁ ପ୍ରଥମେ ସ୍ଥାନୀୟ ଅଁଳାବେରେଣୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଢେଙ୍କାନାଳ ଡାକ୍ତରଖାନାରେ ମଣ୍ଟୁ ପଲେଇ ନାମକ ଜଣେ ଯୁବକର ମୃତ୍ୟୁ ଘଟିଛି। ଘଟଣା ପରେ ତୁମୁସିଂହା ଥାନା ପୁଲିସ ଡିଜେ ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା ଯୋଗଦାନ

ବିଷମ କଟକ, (୧୦/୭) : ଆପ୍ର. : ତୃତୀୟ ଦିନ ଓଡ଼ିଶା ଡ୍ରାଇଭର୍ ମହାସଂଘ୍ ବିଷମ କଟକ ବ୍ଲକ୍ ର ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବିଜେଡି ପୂର୍ବତନ ଆଇନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସରକା...

ଜଙ୍ଗଲରୁ ମିଳିଲା ଯୁବକଙ୍କ ମୃତଦେହ, ଗତ ୪ ତାରିଖରୁ ଥିଲେ ନିଖୋଜ

କନ୍ଧମାଳ, (୧୦/୭) : ଆପ୍ର. : ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ଫୁଲବାଣୀ ନିକଟସ୍ଥ ଖଜୁରୀପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟୀ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି । ସୂଚନାଯୋଗ୍ୟ ଯେ, କନ୍ଧମାଳ...

ରାଇକିଆ ଅଞ୍ଚଳରେ ହାତୀ ଉପଦ୍ରବ : ଘରଦ୍ୱାର ଭାଙ୍ଗିଲେ ହାତୀପଲ

ରାଇକିଆ, (୧୦/୦୭) :ଆପ୍ର. : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ରଣବା ଅଞ୍ଚଳରେ କିଛି ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି । ମଙ୍ଗଳବାର ୧୦ରୁ ୧୫ ଟିକିଆ ହାତୀପଲ ରଣବା ପଞ୍ଚାୟତ...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ, ଫେଲ ହେଲେ ପୁଣି ସୁଯୋଗ

ଭୁବନେଶ୍ବର, (୧୦/୦୭) : ଆପ୍ର. : ପଞ୍ଚମ ଓ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ନୂଆ ନିୟମ ଲାଗୁ ହୋଇଛି । ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ସଂଶୋଧନ ନେଇ ଗଣଶିକ୍ଷା ବିଭାଗର ବିଜ୍ଞପ୍ତି ଅନୁସାରେ...

ହିନ୍ଦୁ ଠାରୁ ବୌଦ୍ଧ ସମସ୍ତେ ପାଳନ କରନ୍ତି ଗୁରୁ ପୂର୍ଣ୍ଣିମା

ଭୁବନେଶ୍ୱର, (୧୦/୦୭) : ଆପ୍ର. : ଆଜି ହେଉଛି ଗୁରୁ ପୂର୍ଣ୍ଣିମା । ଗୁରୁଙ୍କ ବିନା ଏ ସଂସାର ଅନ୍ଧକାର ମୟ । ପିତା ଓ ମାତା ଆମର ପ୍ରଥମ ଗୁରୁ ।...