32.9 C
Balāngīr
Sunday, July 20, 2025

ବରଯାତ୍ରୀ ବସ୍ ଦୁର୍ଘଟଣା ଗ୍ରସ୍ତ, ଜଣେ ମୃତ

Must read

କେନ୍ଦୁଝର, (୨୪/୦୬) : ଆପ୍ର. : ବିବାହ ପରେ ହସ ଖୁସିରେ ବସ୍ ରେ ଫେରୁଥିଲେ ବରଯାତ୍ରୀ । ହେଲେ ଫେରିବା ସମୟରେ ଘଟିଲା ବଡ଼ ଦୁର୍ଘଟଣା । ଟ୍ରକକୁ ପଛରୁ ପିଟିଲା ବରଯାତ୍ରୀ ବସ୍ ।

ଆଉ ଦେଖୁ ଦେଖୁ ଆଖି ସାମ୍ନାରେ ଖେଳିଗଲା ଅନ୍ଧକାର । ବରଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ , ଜଣେ ମୃତ । ଦୁର୍ଘଟଣାରେ ୧୩ ଜଣ ଆହତ ହୋଇଥିବା ସୂଚନା ମିଳିଛି । କେନ୍ଦୁଝର ଜିଲ୍ଲା ଯୋଡ଼ା ଥାନା ୫୨୦ ନମ୍ବର ଜାତୀୟ ରାଜପଥ କରଣ ସାହି ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଟ୍ରକ୍ ପଛକୁ ପିଟିଛି ଯାତ୍ରୀବାହୀ ବସ୍ ।

ଖବର ମୁତାବକ, ବାଂଶପାଳ ବ୍ଲକ୍ ଜାଗର ଗାଁରୁ ବଳିତା ଗାଁକୁ ବରଯାତ୍ରୀଙ୍କୁ ନେଇ ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି । ମୃତକ ଜଣକ ହେଲେ ବସର ହେଲପର୍ । ତେବେ ସମସ୍ତ ଆହତଙ୍କୁ ନିକଟସ୍ଥ ବାସୁଦେବପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ବରଯାତ୍ରୀଙ୍କ ଭିତରୁ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ତୁରନ୍ତ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତେବେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...