32.9 C
Balāngīr
Saturday, July 12, 2025

ବରିଷ୍ଠ ଇତିହାସ ଅଧ୍ୟାପକ ନରେନ୍ଦ୍ର କୁମାର ପାଣିଗ୍ରାହୀଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

Must read

ମୁରିବାହାଲ, (୦୧/୦୭): ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ପଞ୍ଚାୟତ ସମିତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ତଥା ବରିଷ୍ଠ ଇତିହାସ ଅଧ୍ୟାପକ ନରେନ୍ଦ୍ର କୁମାର ପାଣିଗ୍ରାହୀ ଆଜି ସୋମବାର ନିଜ ଦୀର୍ଘ ଚାକିରୀ ଜୀବନରୁ ଅବସର ଗ୍ରହଣ କରିଛନ୍ତି ।

ସେ ୧୯୯୨ ମସିହାରେ ଏହି ଚାକିରୀରେ ଯୋଗଦାନ କରି ଦୀର୍ଘ ୩୪ବର୍ଷ କାଳ ସୂଚାରୁ ରୂପେ ଅଧ୍ୟାପନା କାର୍ଯ୍ୟ ସମ୍ପାଦନ କରିଛନ୍ତି । ସୋମବାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ତାଙ୍କୁ ଜଣେ ସୁଶିକ୍ଷକ, ଛାତ୍ରବତ୍ସଳ, ପରୋପକାରୀ, କର୍ମଠ ଓ ସମାଜସେବୀ ଭାବରେ ତାଙ୍କର ଗୁଣାବଳି ସବୁବେଳେ ଛାତ୍ରଛାତ୍ରୀଙ୍କ ମନେ ରଖିବେ ବୋଲି ସମସ୍ତେ ପ୍ରକାଶ କରିଥିଲେ । ନିଜ ବକ୍ତବ୍ୟରେ ଶ୍ରୀ ପାଣିଗ୍ରାହୀ କଲେଜ ଆରମ୍ଭ ଦିନରୁ ବର୍ତ୍ତମାନ ପର୍ଯ୍ୟନ୍ତର ସ୍ମୃତି ମନେ ପକାଇ ଭାବବିହ୍ୱଳ ହୋଇପଡ଼ିଥିଲେ ।

ଆଗାମୀ ଦିନରେ ଏହି ଅନୁଷ୍ଠାନ ତାଙ୍କର ଅନୁପସ୍ଥିତି ସବୁବେଳେ ଅନୁଭବ କରିବ ବୋଲି ଅଧ୍ୟକ୍ଷ ରମେଶ ଚନ୍ଦ୍ର ମହାନନ୍ଦ, ବରିଷ୍ଠ ଅଧ୍ୟାପକ ହୃଦାନନ୍ଦ ପୁହାଣ, ରାଧାଶ୍ୟାମ ତ୍ରିପାଠୀଙ୍କ ସହ ସମସ୍ତ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଓ ଛାତ୍ରଛାତ୍ରୀ ବିଦାୟ ସମ୍ବର୍ଦ୍ଧନାରେ ପ୍ରକାଶ କରିଥିଲେ । ସେ ନିଜ ଚାକିରୀ ଜୀବନରେ ବହୁ ପୁରାତନ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇ ମଣିଷ କରିଥିବାରୁ ଏହି ସମସ୍ତ ପୁରାତନ ଛାତ୍ରଛାତ୍ରୀମାନେ ତାଙ୍କର ଅବସର ପରବର୍ତ୍ତୀ ଜୀବନର ଦୀର୍ଘାୟୁ କାମନା କରିଛନ୍ତି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...