32.9 C
Balāngīr
Wednesday, April 30, 2025

ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ରେ ସୁବର୍ଣ୍ଣପୁର ଜିଲ୍ଲା ରୁ ବାହାରିଲେ ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ

Must read

ସୁବର୍ଣ୍ଣପୁର , (୨୮/୦୩) : ଆ.ପ୍ର. : ରାଜ୍ୟ ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ପରିପ୍ରେକ୍ଷୀ ରେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ରୁ ଜିଲ୍ଲାର ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ତୀର୍ଥ ଯାତ୍ରୀବସକୁ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିବା ସହ ସଫଳ ଯାତ୍ରା ନିମନ୍ତେ ଶୁଭକାମନା କରିଛନ୍ତି lWhatsApp Image 2025 03 29 at 10.55.25 ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା ଯୋଜନା ରେ ସୁବର୍ଣ୍ଣପୁର ଜିଲ୍ଲା ରୁ ବାହାରିଲେ ୫୨ ଜଣ ବରିଷ୍ଠ ତୀର୍ଥ ଯାତ୍ରୀ

ଏହି ଅବସରରେ ଜିଲ୍ଲା ପର୍ଯ୍ୟଟନ ଅଧିକାରୀ ରମେଶ ଚନ୍ଦ୍ର ଗୋଛି, ଆସିଷ୍ଟାଣ୍ଟ କଲେକ୍ଟର ଚିତ୍ତରଞ୍ଜନ ମିଶ୍ର, ଆସିଷ୍ଟାଣ୍ଟ କଲେକ୍ଟର କୃଷ୍ଣ ମୋହନ ସିଂହ, ତପସ୍ୱିନୀ ଶତପଥି, ସତ୍ୟବ୍ରତ ସାହୁ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ବିନୀ କୁମାର ଭୋଇ ଙ୍କ ସମେତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ ଶାଖା ଅଧିକାରୀ,କର୍ମଚାରୀ, ଜିଲ୍ଲା ସ୍ତରୀୟ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ସଫଳ ତୀର୍ଥ ଭ୍ରମଣ ପୂର୍ବକ ଆଧ୍ୟାତ୍ମିକ ଦିବ୍ୟ ଦର୍ଶନର ଅନୁଭବ ନିମନ୍ତେ ଶୁଭକାମନା କରି ଉତ୍ସାହିତ କରିଥିଲେ l ଜିଲ୍ଲା ପ୍ରଶାସନ ତରଫରୁ ପି ଇ ଓ କ୍ଷୀରୋଦ ଚନ୍ଦ୍ର ସାମନ୍ତରାୟ ଓ ସୁଶୀଲ କୁମାର ମହାପାତ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଜିଲ୍ଲାରୁ ବରିଷ୍ଠ ତୀର୍ଥ ଯାତ୍ରୀଙ୍କୁ ନେଇ ବାହାରିଥିବା ୨ଟି ବସ ଆଜି ସନ୍ଧ୍ୟାରେ ସମ୍ବଲପୁରରେ ପହଂଚି ପାନ୍ଥନିବାସରେ ରାତ୍ରୀ ରହଣି କରିବ l

ଆସନ୍ତା କାଲି ତା ୨୯/୦୩/୨୫ ପୂର୍ବାହ୍ନ ୧୧ ଘଣ୍ଟାରେ ସରକାରଙ୍କ ଦ୍ୱାରା ବ୍ୟବସ୍ଥିତ ସ୍ୱତନ୍ତ୍ର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ ଟ୍ରେନ ସୁବର୍ଣ୍ଣପୁର ଜିଲ୍ଲାର ୩୪ ଜଣ ପୁରୁଷ ଓ ୧୮ ଜଣ ମହିଳା ବରିଷ୍ଠ ତୀର୍ଥ ଯାତ୍ରୀଙ୍କ ସହ ପଡୋଶୀ ୭ଟି ଜିଲ୍ଲାର ବରିଷ୍ଠ ନାଗରିକ ତୀର୍ଥ ଯାତ୍ରୀଙ୍କୁ ନେଇ ବାରଣାସୀ – ଅଯୋଧ୍ୟା ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି l

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...