32.9 C
Balāngīr
Tuesday, July 15, 2025

ବର୍ଦ୍ଧିତ ଭତ୍ତା ବଣ୍ଟନ

Must read

ରିପୋର୍ଟ : ବିରଞ୍ଚି ପ୍ରସାଦ ଶତପଥୀ
ଗୁଣପୁର, (୧୫/୦୧) : ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଓ ଜିଲ୍ଲାପାଳ ରାୟଗଡଙ୍କ ତତ୍ତ୍ୱାବଧାନରେ ଆଜି ଗୁଣପୁର ବ୍ଲକ ତରଫରୁ ୧୮୮ଜଣ ବରିଷ୍ଠ (୮୦ ବର୍ଷରୁ ଅଧିକ) ଓ ୮୦ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ୩୫୦୦ ଟଙ୍କା ପ୍ରଦାନ କରାଯାଇଥିଲା ।WhatsApp Image 2025 01 15 at 14.33.15 ବର୍ଦ୍ଧିତ ଭତ୍ତା ବଣ୍ଟନ

ଗୁଣପୁର ବ୍ଲକ ତରଫରୁ ଆୟୋଜିତ କାର୍ଯ୍ୟକ୍ରମରେ ଗୁଣପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭ୍ରାଂଜଳି ପ୍ରଧାନ, ରେଗେଡା ସରପଞ୍ଚ ଜୁଗୁଲୁ ଶବର ପ୍ରମୁଖ ଅତିଥି ଭାବେ ଯୋଗଦେଇ ବର୍ଦ୍ଧିତ ଭତ୍ତା ଅର୍ଥ ଆକାରରେ ପ୍ରଦାନ କରିଥିଲେ । ଗୁଣପୁର ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସ୍ମୃତିପ୍ରଭା ପାତ୍ର କାର୍ଯ୍ୟକ୍ରମର ଅଧ୍ୟକ୍ଷତା କରିଥିଲେ । ରାଜ୍ୟ ସରକାରଙ୍କ ପ୍ରତିଶ୍ରୁତି ପାଳନ ଓ ୮୦ବର୍ଷରୁ ଅଧିକ ବ୍ୟୟଜ୍ୟେଷ୍ଠଙ୍କ ୮୦ ପ୍ରତିଶତରୁ ଅଧିକ ଦିବ୍ୟଙ୍ଗଙ୍କୁ ବର୍ଦ୍ଧିତ ଭତ୍ତା ବଣ୍ଟନ ସହ ଆସନ୍ତା ମାସରୁ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଡିପୋଜିଟ ହେବ ବୋଲି ସାମାଜିକ ସୁରକ୍ଷା ଅଧିକାରୀ ପ୍ରକାଶ କରିଛନ୍ତି । ଆଜିର ଏହି କାର୍ଯ୍ୟକ୍ରମଟିକୁ ସାମାଜିକ ସୁରକ୍ଷା ସହାୟକ ଏବଂ ଡାଟା ଏଣ୍ଟ୍ରି ପରିଚାଳନା କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...