32.9 C
Balāngīr
Wednesday, April 30, 2025

ବଲାଙ୍ଗିରରେ ନୂଆ ଏସ୍‌ପି ଅଭିଳାଷ ଜି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ବଲାଙ୍ଗିର, (୦୫/୦୩) : ବଲାଙ୍ଗିରରେ ଯୋଗଦେଲେ ନୂଆ ଏସ୍‌ପି । ନୂଆ ଏସ୍‌ପି ଭାବରେ ଯୋଗଦାନ କରିଛନ୍ତି ଅଭିଳାଷ ଜି

ଏହି ଅବସରରେ ବଲାଙ୍ଗିର ପୁଲିସ ତରଫରୁ ତାଙ୍କୁ ବିପୁଳ ସ୍ୱାଗତ ଓ ସମ୍ବର୍ଦ୍ଧନା ଜଣାଯାଇଥିଲା । ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ପହଞ୍ଚିବା ପରେ ପୁଲିସ ଅଧିକାରୀମାନେ ତାଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ । ଏହା ପରେ ସମ୍ମିଳନୀ କକ୍ଷରେ ଏକ ବୈଠକର ଆୟୋଜନ କରାଯାଇଥିଲା । ପୂର୍ବତନ ଏସ୍‌ପି ଋଷିକେଶ ଖିଲାରିଙ୍କ ଠାରୁ ନୂତନ ଏସ୍‌ପି ଅଭିଳାଷ ଜି ଦାୟିତ୍ଵ ଗ୍ରହଣ କରିଥିଲେ । ଉପସ୍ଥିତ ଥିବା ଅତିରିକ୍ତ ଏସ୍‌ପି, ଏସ୍‌ଡିପିଓ, ଆଇଆଇସି ଓ ଅନ୍ୟାନ୍ୟ ଅଧିକାରୀମାନେ ତାଙ୍କୁ ସ୍ୱାଗତ ଜଣାଇଥିଲେ । ଜିଲ୍ଲାରେ ହେଉଥିବା ଅପରାଧ ଓ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସହ ମାଓ ଦମନ, ଟ୍ରାଫିକ ପରିଚାଳନା ଦିଗରେ ସେ ବିଶେଷ ଭାବରେ କାର୍ଯ୍ୟ କରିବେ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...