32.9 C
Balāngīr
Wednesday, April 23, 2025

ଛାତ୍ରଛାତ୍ରୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ମୁରିବାହାଲ ତା:୨୪/୦୩(ଆପ୍ର): ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ତେନ୍ତୁଳୀଖୁଣ୍ଟି ପଞ୍ଚାୟତ ଅନ୍ତର୍ଗତ ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି |

ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅଧ୍ୟୟନ କରୁଥିବା ଏହି ଅନୁଷ୍ଠାନର ଅଷ୍ଟମ ଶ୍ରେଣୀର ୨୪ ଛାତ୍ରଛାତ୍ରୀ ଏବଂ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୧୦ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଏକ ନିଆରା ସମ୍ମିଳନୀ ମଧ୍ୟରେ କେକ୍ କାଟି ଏକ ଭବ୍ୟସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଥିଲା। ଛାତ୍ରଛାତ୍ରୀଙ୍କୁ ବିଦାୟ ଶୁଭେଚ୍ଛା ଜଣାଇଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରଦ୍ଧାଞ୍ଜଳି ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ଉତ୍ସବରେ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ଭେଟି ସ୍ୱରୂପ ବିଦାୟ ଛାତ୍ରଛାତ୍ରୀଙ୍କୁ ସମ୍ମାନୀତ କରି ଉତ୍ସାହିତ କରାଯାଇଥିଲା । ଏହି ଅବସରରେ ଶିକ୍ଷକ /ଶିକ୍ଷୟିତ୍ରୀ ଶ୍ରୀମତୀ ସଫଳା ମିଶ୍ର, ଶ୍ରୀମତୀ ସରୋଜିନୀ ମିଶ୍ର, ସୁଶ୍ରୀ ପ୍ରିୟଦର୍ଶନୀ ସ୍ୱାଇଁ, ନୀଳମଣି ଦୀପ ପ୍ରମୁଖ ସାମିଲଥିଲେ |

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...