32.9 C
Balāngīr
Tuesday, July 15, 2025

ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ଆଲୋଚନା ଚକ୍ର ଅନୁଷ୍ଠିତ

Must read

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...
sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ବିମଳେନ୍ଦୁ ସାହୁ //
ବଲାଙ୍ଗୀର (୨୫/୦୭): ବଲାଂଗୀର ପୃଥୁରାଜ ହାଇସ୍କୁଲ ଠାରେ ଜିଲା ସ୍ତରୀୟ ବିଜ୍ଞାନ ମେଳା, ପରିବେଶ ପ୍ରଦର୍ଶନୀ ତଥା ବିଜ୍ଞାନ ଆଲୋଚନା ଚକ୍ର ଭରଚୁଆଲ ମୋଡ଼ରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲା ଶିକ୍ଷାଧୀକାରୀ ଧ୍ରୁବଚରଣ ବେହେରା ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।4a66883c 87f4 4aaf a9d6 8fb2663d44b4 ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା ଓ ଆଲୋଚନା ଚକ୍ର ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା : ସମ୍ମାନିତ ଅତିଥି ଭାବେ ବିଜ୍ଞାନ କମିଟି ଉପଦେଷ୍ଟା ସନାତନ ଠାକୁର, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ କେଶବ ମେହେର, ପ୍ରଧାନ ଶିକ୍ଷୟିତ୍ରୀ ସନ୍ତୋସିନୀ ସେଠୀ, ବଲାଙ୍ଗୀର ବିଇଓ ରାଘବ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିବାବେଳେ ବିଚାରକ ଭାବେ ସୋନପୁର ମହାବିଦ୍ୟାଳୟ ଅବସରପ୍ରାପ୍ତ ଅଧ୍ୟକ୍ଷ ତରୁଣ ମିଶ୍ର, ଡ଼ ବିଏନ ଶ୍ରୀକାନ୍ତ, ଅଧ୍ୟାପକ ଗତିକୃଷ୍ଣ ମିଶ୍ର, ରାଧେଶ୍ୟାମ ଯୋଶୀ ଯୋଗ ଦେଇଥିଲେ । “ପ୍ରଯୁକ୍ତି ବିଦ୍ୟା ଓ ଖେଳନା” ଶୀର୍ଷକ କୁ ନେଇ ଛାତ୍ରଛାତ୍ରୀ ମାନେ ପ୍ରକଳ୍ପ ପ୍ରସ୍ତୁତ କରିଥିଲେ ।

ଅଏଲାଚୁଆ ଉନ୍ନୀତ ବିଦ୍ୟାଳୟର ଛାତ୍ରୀ ପ୍ରିୟା ନନ୍ଦ, ଉଦେପୁର ହାଇସ୍କୁଲର ସ୍ନେହା କୁମ୍ଭାର, ଛତାମଖନା ବିନୋବା ହାଇସ୍କୁଲର ବିଜୟଲକ୍ଷ୍ମୀ ମିଶ୍ର, ଭାଲୁମୁଣ୍ଡା ଓଡିଶା ଆଦର୍ଶ ବିଦ୍ୟାଳୟର ସଂଜନା ମେହେର, ନଅଗାଁ(ଖ) ହାଇସ୍କୁଲର ମୌସୁମୀରାଣୀ ପଧାନଙ୍କ ପ୍ରକଳ୍ପ ଜିଲ୍ଲା ସ୍ତରୀୟ ବିଜ୍ଞାନ ମେଳା କୁ ଉନ୍ନୀତ ହୋଇଥିବା ବେଳେ ରାଜ୍ୟସ୍ତରୀୟ ବିଜ୍ଞାନ ଆଲୋଚନା ଚକ୍ରକୁ ପଥରଚେପା ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ଓମ ଅମୃତ ମହାନ୍ତି ମନୋନୀତ ହୋଇଥିଲେ ।

କାର୍ଯ୍ୟକ୍ରମ ପରିଚାଳନାରେ ଶିବପ୍ରସାଦ ତ୍ରିପାଠୀ, ନୀଳମଣି ପଟେଲ, ଆନନ୍ଦ ବଡ଼ପଣ୍ଡା, ଅଶ୍ବିନୀ ଷଡଙ୍ଗୀ, ଅନିଲ ନନ୍ଦ, ବିଶ୍ୱଜିତ ପଧାନ, ସୁନୀଲ ବେହେରା, କରୁଣା ସା ପ୍ରମୁଖ ସହଯୋଗ କରିଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ସୋନପୁର କଲେଜର ବିଭିନ୍ନ ସମସ୍ୟା ନେଇ ବିଧାୟକ ନିରଞ୍ଜନ ପୂଜାରୀଙ୍କୁ ଭେଟିଲେ ପୁରାତନ ଛାତ୍ରଛାତ୍ରୀ ସଂଘ ର ଏକ ପ୍ରତିନିଧି ମଣ୍ଡଳୀ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୋନପୁର ମହାବିଦ୍ୟାଳୟ ପୁରାତନ ଛାତ୍ରଛାତ୍ରୀ ସଂଘର ସଭାପତି ପ୍ରଫୁଲ୍ଲ କୁମାର ରଥଙ୍କ ନେତୃତ୍ୱରେ ଏକ ଚାରି ଜଣିଆ ପ୍ରତିନିଧି ଦଳ ସୋନପୁର ବିଧାୟକ ନିରଞ୍ଜନ ପୂଜାରୀଙ୍କୁ...

ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବି ପତ୍ର ପ୍ରଦାନ

ସୁବର୍ଣ୍ଣପୁର , (୧୪/୦୭) ଆ.ପ୍ର : ପୂର୍ବତନ ସରପଞ୍ଚଙ୍କ ହତ୍ୟାକାରୀ କୁ କଠୋର ଦଣ୍ଡ ବିଧାନ ପାଇଁ ସରପଞ୍ଚ ସଂଘ ପକ୍ଷରୁ ଜିଲ୍ଲାପାଳ ଙ୍କୁ ଦାବିପତ୍ର ପ୍ରଦାନ । ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଠାରେ...

ବୀରମହାରାଜପୁର ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟ ପରିସରରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର :ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍ ସଦର ମହକୁମା ସ୍ଥିତ ବରିଷ୍ଠ ନାଗରିକ ସଂଗଠନ କାର୍ଯ୍ୟାଳୟରେ ଏକ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ନିର୍ଦ୍ଧାରିତ ସୂଚୀ ମତେ...

ବୀରମହାରାଜପୁର ଠାରେ ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (୧୪/୦୭) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବୀରମହାରାଜପୁର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ସୁବର୍ଣ୍ଣପୁର...